ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର): ଆତଙ୍କବାଦୀଙ୍କ ଟାର୍ଗେଟରେ ଯାତ୍ରୀବାହୀ ବିମାନ । ଏକ ଯାତ୍ରୀ ବାହୀ ବିମାନକୁ ଅପହରଣ ଉଦ୍ୟମ କରୁଛନ୍ତି କିଛି ଆତଙ୍କବାଦୀ । ଖବର ମିଳିବା ପରେ ତୁରନ୍ତ ସୁରକ୍ଷା ବାହିନୀ ବିମାନ ବନ୍ଦରରେ ପହଞ୍ଚି ଆରମ୍ଭ କରି ଦେଲେ ଅପରେସନ । ଏହାପରେ ବିମାନ ସହ ସମସ୍ତ ଯାତ୍ରୀଙ୍କୁ ମଧ୍ୟ ସୁରକ୍ଷିତ ଉଦ୍ଧାର କଲେ ସୁରକ୍ଷାକର୍ମୀ ।
ଏହା ସତ ସତିକା ଅପହରଣ ନୁହେଁ । ବରଂ ଥିଲା ମକ୍ ଡ୍ରିଲ୍ । ଏମିତି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେଲେ କେମିତି ଆତଙ୍କବାଦୀଙ୍କ କବଳରୁ ବିମାନ ଓ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇପାରିବ ତାହାର ଏକ ମକ୍ ଡ୍ରିଲ୍ ଆଜି ଝାରସୁଗୁଡ଼ା ବିମାନ ବନ୍ଦରରେ ଦେଖିବାକୁ ମିଳିଥିଲା। । ଜିଲ୍ଲାପାଳ ସରୋଜ କୁମାର ସାମଲ ପହଞ୍ଚିବା ପରେ ଆରମ୍ଭ ହୋଇଥିଲା ଆଣ୍ଟି ହାଇଜାକିଙ୍ଗ୍ ମକ୍ ଡ୍ରିଲ୍ । ଏହାପରେ ସମସ୍ତ ଆତଙ୍କବାଦୀଙ୍କୁ କାବୁ କରି ନେଇଥିଲେ ସୁରକ୍ଷାକର୍ମୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।