ପାଟକୁରା: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବଡ଼କୁଳ ଗାଁ ନିକଟରେ ଲୁଣା ନଦୀ ପଥର ସ୍ପର ଉପରେ ଆଜି ସକାଳୁ ଜଣେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ଯୁବକ ଜଣଙ୍କ ପରିଚୟ ମିଳି ନାହିଁ। ତାଙ୍କ ବୟସ ୨୫ ରୁ ୨୭ ବର୍ଷ ହେବ। ମୃତ ଯୁବକଙ୍କ ହାତ, ଗୋଡ଼ ସହିତ ପାଟିକୁ ବାନ୍ଧି ଦିଆଯାଇଛି। ପାଟିରୁ ରକ୍ତ ମଧ୍ୟ ବାହାରିଥିବା ଦେଖାଯାଇଥିଲା। ତାଙ୍କୁ ହତ୍ୟା କରି ଫୋପାଡ଼ି ଦିଆଯାଇଥିବା ଆଶଙ୍କା କରାଯାଉଛି। ମାର୍ଶାଘାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟିକୁ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରି ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚା' ଖଟିରେ ଦାଦନ ସର୍ଦ୍ଦାର ସହ ଥାନାଧିକାରୀଙ୍କ ଦୋସ୍ତି! ଡିଲ୍ ଚାଲିଥିବା ଅଭିଯୋଗ
ଭିଟାମାଟି ଛାଡ଼ି ଦାଦନ ଯାଉଥିଲେ ଅନେକ ଶ୍ରମିକ। ପାଖରେ ଥିବା ଚା ଦୋକାନରେ ଦାଦନ ସର୍ଦ୍ଦାର ସହ ଖଟି ଜମାଇଥିଲେ ପାଟଣାଗଡ଼ ଥାନାଧିକାରୀ। ଲୋକେ କହୁଛନ୍ତି ଚାଲିଥିଲା ଡିଲ୍।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।
Crime
ଘର ତିଆରି କରୁଛନ୍ତି କି? ହୁସିଆର୍; ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍ ସିମେଣ୍ଟ
ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ଏକ ଡୁପ୍ଲିକେଟ୍ ସିମେଣ୍ଟ କାରଖାନା ଚାଲିଥିଲା। ବ୍ୟବହାର ଯୋଗ୍ୟ ନଥିବା ବା ମେଣ୍ଡା ହୋଇଯାଇଥିବା ସିମେଣ୍ଟକୁ ଆଣି ଭାଙ୍ଗି ସେଥିରେ ଧୂଳି ଓ ଅନ୍ୟାନ୍ୟ ସାମଗ୍ରୀ ମିଶାଇ ତିଆରି କରୁଥିଲେ ସିମେଣ୍ଟ।
Crime
ଥାନା ବିବାଦରୁ ଫସିଲା ମୃତଦେହ, ହୋଇ ପାରୁନି ବ୍ୟବଚ୍ଛେଦ
ଆଜି ସକାଳୁ ପୁନାମା ଗେଟ୍ ପାଖ ରେଳ ଲାଇନରୁ ସ୍ୱରାଜ ବେହେରା ନାମକ ଜଣେ ଯୁବକଙ୍କ ମୃତଦେହ ମିଳିଥିଲା। ସ୍ୱରାଜଙ୍କ ଶରୀରରେ ଖଣ୍ଡା ଚୋଟ ଥିବାରୁ ଏହା ହତ୍ୟା ବୋଲି ପରିବାରଲୋକେ ଅଭିଯୋଗ କରିଛନ୍ତି।