ପାଟକୁରା: ଗରଦପୁର-ନୂଆପଡା ରାସ୍ତାରେ ମଙ୍ଗଳବାର ଭୋର ୫ ଟାରେ ଏକ ସଡକ ଦୁର୍ଘଟଣା ଘଟିଛି। ତିର୍ତ୍ତୋଲରୁ ଆସୁଥିବା ଏକ ମାଲବାହୀ ଟ୍ରକ ଗୋବାରା ଛକ ନିକଟରେ ଏକ ବାଇକକୁ ଧକ୍କା ଦେବାଫଳରେ ଘଟଣା ସ୍ଥଳରେ ମାଣ୍ଡିଆ ଗ୍ରାମର ଯୁବତୀ ପିଙ୍କିନା ସେଠୀ (୨୨)ଙ୍କ ମୃତ୍ୟୁ ଘଟିଛି।ଦୁର୍ଘଟଣା କରିଥିବା ଗାଡି ଚାଳକ ପ୍ରଶାନ୍ତ ବେହେରା ଓ ସୁଶାନ୍ତ ନାୟକଙ୍କୁ ପାଟକୁରା ପୋଲିସ ଗିରଫ କରିଛି। ଦୁର୍ଘଟଣାରେ ଗୁରୁତର ହୋଇଥିବା ମୃତକ ଯୁବତୀଙ୍କ ସ୍ୱାମୀକୁ ଡାକ୍ତରଖାନା ପଠାଇ ଦିଆଯାଇଥିଲା। ଖବର ପାଇ ପାଟକୁରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପୋଲିସ ଜବତ କରିବା ସହ ଏକ ମାମଲା ରୁଜୁ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।