ପାଟଣାଗଡ଼: ପାଟଣାଗଡ଼ ଖପ୍ରାଖୋଲ ବ୍ଲକରେ ଆଦିବାସୀଙ୍କ ଉପରେ ଅନ୍ୟାୟ ଅତ୍ୟାଚାର ବଢ଼ିଚାଲିଥିବା ବେଳେ ଗତ ୨୧ ତାରିଖରେ ଜମୁନା ଗାଁର ବରିହା ନାମକ ଜଣେ ଯୁବତୀ ହଠାତ୍ ନିଖୋଜ ହୋଇଯାଇଥିଲେ। ନିଖୋଜ ଯୁବତୀଙ୍କ ପରିବାର ଲୋକ ଖପ୍ରାଖୋଲ ଥାନାରେ ଏନେଇ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ନିଖୋଜ ଯୁବତୀଙ୍କ ମୃତ ଦେହ ୨୫ ତାରିଖ ଦିନ ଖପ୍ରାଖୋଲ ଅନ୍ତର୍ଗତ ଡୁଡୁମଦରା ଗାଁ କେନ୍ଦୁପତ୍ର ଫଡି ନିକଟରୁ ଉଦ୍ଧାର କରାଯାଇଥିଲା। ଘଟଣାକୁ ୬ ଦିନ ବିତିଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ପୋଲିସ କାହାକୁ ଗିରଫ କରିନାହିଁ। ଏହାର ପ୍ରତିବାଦରେ ଆଜି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଶତାଧିକ ମହିଳା ଓ ପୁରୁଷ ଶୋଭାଯାତ୍ରାରେ ଯାଇ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଗାମୀ ଦିନରେ ହତ୍ୟାକାରୀକୁପ୩ ଧରାନଗଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଧମକ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।