ପାଟଣାଗଡ଼ ବନ୍ଦ, ଜୀବନଯାତ୍ରା ଠପ୍

ପାଟଣାଗଡ଼(ବଂଶୀଧର ସେଠ୍):ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ରେଳପଥ ସଂପ୍ରସାରଣ ଦାବିରେ ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ ଡାକରା ଦିଆଯାଇଛି। ପାଟଣାଗଡ଼ ନାଗରିକ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ଫଳରେ ଗାଡ଼ି ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ଯାତ୍ରୀମାନେ ନାହିଁ ନ ଥିବାର ଅସୁବିଧା ସମ୍ମୁଖୀନହୋଇଛନ୍ତି। ଏହି ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର କରିବାକୁ ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି। ହରିଶଙ୍କର ରୋଡ୍ (ଲାଠୋର) ରେଳ […]

90

Tapas Behera
  • Published: Saturday, 09 February 2019
  • , Updated: 09 February 2019, 10:54 AM IST

ପାଟଣାଗଡ଼(ବଂଶୀଧର ସେଠ୍):ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ରେଳପଥ ସଂପ୍ରସାରଣ ଦାବିରେ ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ ଡାକରା ଦିଆଯାଇଛି। ପାଟଣାଗଡ଼ ନାଗରିକ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ଫଳରେ ଗାଡ଼ି ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ଯାତ୍ରୀମାନେ ନାହିଁ ନ ଥିବାର ଅସୁବିଧା ସମ୍ମୁଖୀନହୋଇଛନ୍ତି।

ଏହି ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର କରିବାକୁ ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି। ହରିଶଙ୍କର ରୋଡ୍ (ଲାଠୋର) ରେଳ ଷ୍ଟେସନଠାରେ ରେଳ ରୋକ କରାଯାଇଛି।

Related story