ପାଟଣାଗଡ଼: ସଡ଼କ ଦୁର୍ଘଟଣାରେ ଦୁଇ ମୃତ

ପାଟଣାଗଡ: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ମୁଖ୍ୟରାସ୍ତାର ସରମୁହାଣ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୁରଣ ଯୋଗାଇ ଦେବା ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ପାଟଣାଗଡ଼ ଉପଜିଲ୍ଲାପାଳ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆର୍ଥିକ ସହାୟତା ଦିଆଯିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା। ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ସରମୁହାଣ ନିକଟରେ ଏକ ଟାଟା ମ୍ୟାଜିକ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା […]

patanagarh

Rakesh Mallick
  • Published: Friday, 23 October 2015
  • , Updated: 23 October 2015, 03:37 PM IST

ପାଟଣାଗଡ: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ମୁଖ୍ୟରାସ୍ତାର ସରମୁହାଣ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୁରଣ ଯୋଗାଇ ଦେବା ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ପାଟଣାଗଡ଼ ଉପଜିଲ୍ଲାପାଳ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆର୍ଥିକ ସହାୟତା ଦିଆଯିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା। ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ସରମୁହାଣ ନିକଟରେ ଏକ ଟାଟା ମ୍ୟାଜିକ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

Related story