ପଟିଆ ନାବାଳିକା ଦୁଷ୍କର୍ମ: ବିଜେପିର ବିକ୍ଷୋଭ, ଗୃହମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ଼ କଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ବିଶ୍ୱକପ୍ ହକି ମ୍ୟାଚ୍ ପାଇଁ ସୁରକ୍ଷା କଡ଼ାକଡ଼ି ଥିବାବେଳେ ପଟିଆ ଅଂଚଳରେ ଦୁଇଜଣ ନାବାଳିକାଙ୍କ ସହ ଦୁଷ୍କର୍ମ ଘଟଣାକୁ ନେଇ ଆଜି ଦୁଇ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତର ଅଭିଯୋଗ ଆଣି ଛାତ୍ର କଂଗ୍ରେସ ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ବାସଭବନ ଉପରେ ଅଣ୍ଡାମାଡ଼ କରାଯାଇଥିବାବେଳେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦୁଷ୍କର୍ମ ପୀଡ଼ିତାଙ୍କ ପରିବାର […]

bjp

bjp

Ordigital Desk
  • Published: Wednesday, 18 January 2023
  • Updated: 18 January 2023, 09:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ବିଶ୍ୱକପ୍ ହକି ମ୍ୟାଚ୍ ପାଇଁ ସୁରକ୍ଷା କଡ଼ାକଡ଼ି ଥିବାବେଳେ ପଟିଆ ଅଂଚଳରେ ଦୁଇଜଣ ନାବାଳିକାଙ୍କ ସହ ଦୁଷ୍କର୍ମ ଘଟଣାକୁ ନେଇ ଆଜି ଦୁଇ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତର ଅଭିଯୋଗ ଆଣି ଛାତ୍ର କଂଗ୍ରେସ ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ବାସଭବନ ଉପରେ ଅଣ୍ଡାମାଡ଼ କରାଯାଇଥିବାବେଳେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦୁଷ୍କର୍ମ ପୀଡ଼ିତାଙ୍କ ପରିବାର ଓ ଘଟଣାସ୍ଥଳକୁ ଯାଇ ସରଜମିନ୍ ତଦନ୍ତ କରାଯାଇଛି । ଏହାସହିତ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ରାଜ୍ୟ ବିଜେପି ମହିଳା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ଯେ, ରାଜ୍ୟରେ ବାରମ୍ବାର ମହିଳାଙ୍କୁ ଅପହରଣ, ଦୁଷ୍କର୍ମ ଓ ହତ୍ୟା କରାଯାଉଥିବାରୁ ପୁଲିସ ବିଭାଗର ନିଷ୍କ୍ରିୟତା ଦାଣ୍ଡରେ ପଡ଼ି ହାଟରେ ଗଡୁଛି । ପୋଲିସ ବିଭାଗରେ କର୍ମଚାରୀ ନାହାନ୍ତି କହି ପୁଲିସ ଦୋଷ ଠେଲୁଥିବାବେଳେ ନିଜେ ମୁଖ୍ୟମନ୍ତ୍ରୀ ଗୃହ ବିଭାଗର ଦାୟିତ୍ୱ ନେଇ ମହିଳାଙ୍କ ପ୍ରତି ଅନ୍ୟାୟକୁ ଦେଖି ଖୁସି ହେବା ସହ ରାଜ୍ୟବାସୀଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିବା ଲଜ୍ଜ୍ୟା ଓ ତାଚ୍ଛଲ୍ୟର ବିଷୟ । ଏବେ ରାଜଧାନୀରେ ହକି ବିଶ୍ୱକପ୍ ଚାଲିଥିବାରୁ ରାଜ୍ୟ ସରକାର ତ୍ରିସ୍ତରୀୟ ସୁରକ୍ଷାବଳୟ କରିଛନ୍ତି, କିନ୍ତୁ ମହିଳା ଦୁଷ୍କର୍ମ ଓ ହତ୍ୟା କିଭଳି ଘଟୁଛି ତାହା ପରିତାପର ବିଷୟ । ମହିଳାଙ୍କୁ ସ୍ୱାବଲମ୍ବୀ କରିବା କଥା କହୁଥିବା ରାଜ୍ୟ ସରକାର ମହିଳାଙ୍କ ଦୁଷ୍କର୍ମ ଓ ମୃତ୍ୟୁ ଲାଗି ସମ୍ପୂର୍ଣ୍ଣ ଦାୟୀ । ଏନସିଆରବି ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ଅପହରଣ, ଦୁଷ୍କର୍ମ ଓ ହତ୍ୟାରେ ୨୩ବର୍ଷର ନବୀନ ସରକାର ସର୍ବାଗ୍ରେ ରହିଛନ୍ତି । ଆଜି ବିଜେପି ମହିଳାମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ ୫ଜଣିଆ ପ୍ରତିନିଧି ମଣ୍ଡଳୀ ପଟିଆ ରେଲୱେ ଷ୍ଟେସନ ନିକଟରେ ଦୁଷ୍କର୍ମର ଶିକାର ହୋଇଥିବା ନାବାଳିକା ଦ୍ୱୟଙ୍କ ପରିବାର ଲୋକଙ୍କ ସହ କଥାହେବା ସହିତ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ରାଜ୍ୟ ସରକାର ମହିଳା ସୁରକ୍ଷା ପ୍ରତି ଯଦି ପଦକ୍ଷେପ ନନିଅନ୍ତି ତାହାଲେ ଆଗାମୀ ଦିନରେ ବିଜେପି ମହିଳାମୋର୍ଚ୍ଚା ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ।
ସେହିପରି ସନ୍ଧ୍ୟାରେ ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ କଠୋର ଦଣ୍ଡରେ ଦଣ୍ଡଇତ କରିବାକୁ ଦାବି ହୋଇଛି । ଭୁବନେଶ୍ୱର ଜିଲ୍ଲା ବିଜେପି ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ବିକ୍ଷୋଭରେ ସେ କହିଛନ୍ତି ଯେ, ଶାସକ ବିଜେଡି ନେତା ଓ ମନ୍ତ୍ରୀଙ୍କୁ ସୁରକ୍ଷା ଦେବାରେ ବ୍ୟସ୍ତ ଥିବା ରାଜଧାନୀ ପୁଲିସ ଏବେ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story