ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି।
ଅଭିଯୋଗ ଅନୁଯାୟୀ, ଗତକାଲି ସଦର ଥାନା ଭୁର୍ଷିପାଲି ଗାଁର ୨୪ ବର୍ଷ ବୟସ୍କ ମିଟୁ ବେହେରା ଅସୁସ୍ଥ ହେବାରୁ ତାଙ୍କୁ ମେଡିସିନ ଓ୍ୱାର୍ଡରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ହିମୋଗ୍ଲୋବିନ କମିଯାଉଥିବା କହିଥିଲେ । ହେଲେ ଆଜି ସକାଳୁ ମିଟୁଙ୍କ ମୃତ୍ୟୁ ହୋଇଛି ।
ଚିକିତ୍ସା ଅବହେଳାରୁ ମିଟୁର ମୃତ୍ୟୁ ହୋଇଥିବା ଅଭିଯୋଗ କରି ହସ୍ପିଟାଲରେ ପାଟିତୁଣ୍ଡ କରିଛନ୍ତି ପରିବାର ଓ ସମ୍ପର୍କୀୟ । ବଲାଙ୍ଗିର ଟାଉନ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି । ତେବେ ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।