ଆନନ୍ଦପୁର (ମୁନା ସିଂ) କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କ ମାଡ଼ରେ ଅନ୍ୟ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆନନ୍ଦପୁର ପୌରାଞ୍ଚଳ ୬ ନମ୍ବର ଓ୍ୱାର୍ଡର ଗୌତମ ମୁଖି ।
ବାତ ରୋଗ ଯୋଗୁଁ ୨ ଦିନ ତଳେ ଗୌତମ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗତ ସଂଧ୍ୟାରେ ସେ ଡାକ୍ତରଖାନାର ପାଚେରୀ ପାଖରେ ପରିସ୍ରା କରୁଥିଲେ। ଅନ୍ୟ ଜଣେ ରୋଗୀଙ୍କ ଆଟେଣ୍ଡାଣ୍ଟ ମୁଗୁପୁର ଗାଁର ବଳରାମ ଦଳେଇଙ୍କ ନଜରରେ ଏହା ପଡ଼ିବାରୁ ସେ ଉତ୍ତ୍ୟକ୍ତ ହୋଇ ତାଙ୍କୁ ମାଡ଼ ମାରିଥିଲେ । ଫଳରେ ଗୌତମଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା।
ଗତ କାଲି ଗୌତମଙ୍କୁ କଟକ ବଡ଼ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କ ମୃତ୍ୟୁ ହୋଇଛି । ଏନେଇ ଅଭିଯୋଗ ହେବା ପରେ ଅଭିଯୁକ୍ତ ମୁଗୁପୁର ଗାଁର ବଳରାମ ଦଳେଇଙ୍କୁ ଗିରଫ କରିଛି ପୁଲିସ୍। ବଳରାମ ନିଜ ସ୍ତ୍ରୀଙ୍କ ପାଖରେ ଆଟେଣ୍ଡାଣ୍ଟ ଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।