ଭଦ୍ରକ(ପାର୍ଥସାରଥୀ ନାୟକ): ବିଜୁଳି ମରାମତି କରୁଥିବା ବେଳେ ଲାଗିଲା କରେଣ୍ଟ। ଫଳରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କ ଜୀବନ ବଞ୍ଚାଇ ପାରିନଥିଲେ। ଚାଲିଗଲା ଜୀବନ। ଏହାକୁ ନେଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଛି।
ଆଜି ସକାଳେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଵଳଭଦ୍ରପୁର ଗାଁର କୈଳାଶ ପରିଡ଼ା ଘରେ ଵିଦ୍ୟୁତ କାମ କରୁଥିଲେ। ଏହି ସମୟରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ମେଡିକାଲ୍ରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିବାର ଲୋକେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିଥିଲେ।
ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ମେଡିକାଲ୍ରେ ପହଞ୍ଚିଥିଲା। ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।