ରାୟଗଡ଼ା(ଗଜମୋହନ ଗରଡ଼ିଆ): ଭୁଲ୍ ଇଞ୍ଜେକସନ୍ ଦେଇଦେଲେ ଡାକ୍ତର ! ଏହି ଇଞ୍ଜେକସନ୍ ନେଇ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ। ମୃତକ ହେଲେ ଚାନ୍ଦିଲି ଥାନା ଅନ୍ତର୍ଗତ ସାନ ଚାନ୍ଦିଲି ଗାଁର ପ୍ରଶାନ୍ତ କୌଶଲ୍ୟା। ଜ୍ୱର, ପେଟ ବ୍ୟଥା ଓ ମୁଣ୍ଡ ବିନ୍ଧା ହେବାରୁ ସେ ଏକ ଘୋରୋଇ କ୍ଲିନିକ୍କୁ ଡାକ୍ତରଙ୍କ ପରାମର୍ଶ ନେବା ନିମନ୍ତେ ଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ଏକ ଇଞ୍ଜେକସନ୍ ଦେଇଥିଲେ। ଇଞ୍ଜେକସନ୍ ନେଇ ଘରକୁ ଫେରିବା ପରେ ତାଙ୍କର ମୃତ୍ୟୁ ହୋଇଯାଇଛି।
ଏନେଇ ମୃତ ଯୁବକଙ୍କ ପରିବାର ପକ୍ଷରୁ ଚାନ୍ଦିଲି ଥାନାରେ ଏତଲା ଦିଆଯାଇଛି। ପୁଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।
ସୂଚନା ମୁତାବକ, ରାୟଗଡ଼ାର ଜେକେପୁର ସ୍ଥିତ ବି.ସି ରୋଡ଼ ନିକଟରେ ଏହି କ୍ଲିନିକ ରହିଛି। ଏହି କ୍ଲିନିକରେ ନିୟୋଜିତ ଡାକ୍ତର ଦୁଇଟି ଇଂଜେକସନ ଓ କିଛି ଔଷଧ ପ୍ରଶାନ୍ତଙ୍କୁ ଦେଇଥିଲେ। ସେଠାରୁ ପ୍ରଶାନ୍ତ ଘରକୁ ଫେରିବାର ୧୦ ମିନିଟ ମଧ୍ୟରେ ବାନ୍ତି ସାଙ୍ଗକୁ ଛାତିରେ ଅସହ୍ୟ ଯନ୍ତ୍ରଣା ହୋଇଥିଲା। ଡାକ୍ତରଖାନା ନେବା ପୂର୍ବରୁ ହିଁ ତତ୍କ୍ଷଣାତ୍ ତାଙ୍କର ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ
ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।