ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୁବ୍ ଶୀଘ୍ର ପିସିସି ସଭାପତି ପଦରେ ହୋଇପାରେ ପରିବର୍ତ୍ତନ । ଏହି ରେସ୍ରେ ଏବେ ଦଳର ୧୩ ଜଣ ଆଗ ଧାଡ଼ିର ନେତା ଅଛନ୍ତି। ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଯାହାକୁ ଚାହିଁବେ ସେ ହେବେ ପରବର୍ତ୍ତୀ ପିସିସି ସଭାପତି। ଏପରି ଭବିଷ୍ୟବାଣୀ କରିଛନ୍ତି କଂଗ୍ରେସର ତୁଙ୍ଗ ନେତା ସୁର ରାଉତରାୟ।
ଗଣମାଧ୍ୟମକୁ ସୂଚନା ଦେବାକୁ ଯାଇ ସୁର କହିଛନ୍ତି, ସୋନିଆ ଓ ରାହୁଲ ଦେଶବ୍ୟାପୀ ପିସିସି ପରିବର୍ତ୍ତନ ନେଇ ବିଚାର କରୁଛନ୍ତି। ତେବେ ଓଡ଼ିଶାରେ ଏହି ପଦ ପାଇଁ ବହୁ ପ୍ରମୁଖ ଦାବିଦାର ଅଛନ୍ତି। ସେମାନଙ୍କ ମଧ୍ୟରେ ଶରତ ପଟ୍ଟନାୟକ, ଶରତ ରାଉତ, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ନରସିଂହ ମିଶ୍ର, ଚିରଞ୍ଜୀବୀ ବିଶ୍ୱାଳ ଓ ଜୟଦେବ ଜେନା ପ୍ରମୁଖ ଅଛନ୍ତି। କିନ୍ତୁ ଯୁବଗୋଷ୍ଠୀଙ୍କୁ ଦାୟିତ୍ୱ ଦେବା ଉପରେ ପ୍ରଧାନ୍ୟ ଦିଆଯିବ ବୋଲି କହିଛନ୍ତି ସୁର।
ତେବେ ନିଜେ ଏହି ଦୌଡ଼ରେ ଅଛନ୍ତି କି ପଚାରିବାରୁ ମନା କରିବା ସହ, ଯିଏ ସଭାପତି ହେବ ତାଙ୍କ ଅଧୀନରେ କାମ କରିବେ ବୋଲି କହିଛନ୍ତି। ତେବେ ଦେଖିବାକୁ ବାକି ରହିଲା କିଏ ରାଜ୍ୟରେ କଂଗ୍ରେସର ମଙ୍ଗ ଧରିବ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।