କଟକ (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ରାଜ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ମହଲରେ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଉଥିବା ବେଳେ ହାତୀ ସୁରକ୍ଷା ନେଇ ଓଡିଶା ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି ଚାଲିଥିଲେ ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ CCF (Chief Conservator of Forests)ଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ହୋଇଥିଲା। ହାତୀ ସୁରକ୍ଷା ପାଇଁ ୧୦ ସୁତ୍ରୀ ଯୋଜନା ପ୍ରସ୍ତୁତ ହୋଇଥିବା ନେଇ ସତ୍ୟପାଠରେ ଉଲ୍ଲେଖ।
ପ୍ରସ୍ତୁତ ହୋଇଥିବା ୧୦ ସୁତ୍ରୀ ଯୋଜନା ଦୁଇ ସପ୍ତାହ ମଧ୍ୟରେ ଅନୁମୋଦନ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅନୁମୋଦନ ମିଳିବା ପରେ ମାସେ ମଧ୍ୟରେ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୧୩ ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଦିନକୁ ଦିନ ଜଙ୍ଗଲ ନଷ୍ଟ ହେଉଥିବାରୁ ଖାଦ୍ୟ ଅନ୍ୟୋଷଣରେ ହାତୀମାନେ ଗ୍ରାମାଭିମୁଖୀ ହେଉଛନ୍ତି। ଯେଉଁଥିପାଇଁ ହାତୀ ଓ ମଣିଷ ମଧ୍ୟରେ ଲଢ଼େଇ ହେଉଛି। କେତେବେଳେ ହାତୀ ଜୀବନ ଯାଉଛି ତ ଆଉ କେତେବେଳେ ମଣିଷର ମୃତ୍ୟୁ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।