ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ପଞ୍ଚମହଲା ଆର୍ଟିଓ କାର୍ଯ୍ୟାଳୟ ନିକଟରୁ ଜଣେ ତେଲ ଟ୍ୟାଙ୍କର୍ ଡ୍ରାଇଭର୍ଙ୍କ ଠାରୁ ଲୁଟ୍ ହୋଇଛି। ୩ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ଡ୍ରାଇଭରଙ୍କୁ ଆକ୍ରମଣ କରି ପ୍ରାୟ ୧୮ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ଆଜି ସକାଳେ ଟ୍ୟାଙ୍କର୍ ଡ୍ରାଇଭର୍ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ଗାଡ଼ିରେ ହେଲ୍ପର୍ ଏକୁଟିଆ ଥିବା ସୁଯୋଗ ନେଇ ୩ ଜଣ ଦୁର୍ବୃତ୍ତ ତାଙ୍କୁ ଧମକାଇବା ସହ ଟଙ୍କା ଲୁଟିବାକୁ ଉଦ୍ୟମ କରିଥିଲେ। ହେଲେ ହେଲ୍ପର୍ ପାଖରୁ କିଛି ପାଇ ନଥିଲେ। ଏହାପରେ ସେମାନେ ଡ୍ରାଇଭର୍ଙ୍କ ପାଖକୁ ଯାଇ ମାରଣାସ୍ତ୍ର ଦେଖାଇ ପ୍ରାୟ ୧୮ ହଜାର ଟଙ୍କା ଲୁଟି ଚମ୍ପଟ୍ ମାରିବାକୁ ଉଦ୍ୟମ କରୁଥିବା ବେଳେ ଜଣେ ଦୁର୍ବୃତ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରିନେଇଥିଲେ।
ଅଭିଯୁକ୍ତକୁ ଲୋକେ ବାନ୍ଧି ନିସ୍ତୁକ ମାଡ଼ ମାରିବା ସହ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଥାନାକୁ ଆଣି ପଚରାଉଚରା କରୁଛି। ତେଲ ଟ୍ୟାଙ୍କରଟି ପାରାଦୀପ ଯାଉଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।