ମୁଖ୍ୟମନ୍ତ୍ରୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସରେ ଭିଡ଼

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବାକୁ ଆଜି ନବୀନ ନିବାସରେ ବିଜେଡି ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ, ଦଳୀୟ ନେତା ଓ କର୍ମୀଙ୍କ ଭିଡ଼ ଜମି ଥିଲା। କିଛି ପ୍ରଶାସନିକ ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନୂଆବର୍ଷର ଶୁଭେଚ୍ଛା ଜଣାଇଥିଲେ। ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ରାଜଭବନରେ ରାଜ୍ୟପାଳ ଏସ୍‌.ସି ଜମୀରଙ୍କୁ ଭେଟି ନବବର୍ଷର ଶୁଭେଚ୍ଛା ଜଣାଇଥିଲେ। ପରେ ମୁଖ୍ୟମନ୍ତ୍ରୀ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଜୟବିଜୟ ଦ୍ୱାରରୁ ସେ […]

naveen

naveen

Rakesh Mallick
  • Published: Sunday, 01 January 2017
  • Updated: 01 January 2017, 12:30 PM IST

Sports

Latest News

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବାକୁ ଆଜି ନବୀନ ନିବାସରେ ବିଜେଡି ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ, ଦଳୀୟ ନେତା ଓ କର୍ମୀଙ୍କ ଭିଡ଼ ଜମି ଥିଲା। କିଛି ପ୍ରଶାସନିକ ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନୂଆବର୍ଷର ଶୁଭେଚ୍ଛା ଜଣାଇଥିଲେ।

ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ରାଜଭବନରେ ରାଜ୍ୟପାଳ ଏସ୍‌.ସି ଜମୀରଙ୍କୁ ଭେଟି ନବବର୍ଷର ଶୁଭେଚ୍ଛା ଜଣାଇଥିଲେ।

ପରେ ମୁଖ୍ୟମନ୍ତ୍ରୀ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଜୟବିଜୟ ଦ୍ୱାରରୁ ସେ ଜଗମୋହନ ସ୍ଥିତି ଦେଖିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତାଙ୍କୁ ଜଗମୋହନ ମରାମତି ସଂପର୍କରେ ତାଙ୍କୁ ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos