Advertisment

୧୭ରୁ ପୁଣି ହୋଇପାରେ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତକାଲି ଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ୧୭ରୁ ପୁଣି ହୋଇପାରେ ବର୍ଷା। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୮ ତାରିଖ ସକାଳ ପାଖାପାଖି ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ। ତେଣୁ ଏହାର ପ୍ରଭାବରେ […]

author-image
Tapaswini Nayak
ଅଦ୍ୟତନ ହୋଇଛି
୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତକାଲି ଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ୧୭ରୁ ପୁଣି ହୋଇପାରେ ବର୍ଷା। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୮ ତାରିଖ ସକାଳ ପାଖାପାଖି ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ। ତେଣୁ ଏହାର ପ୍ରଭାବରେ ୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ। ତେବେ ଅଧିକ ପରିମାଣରେ ବର୍ଷା ହେବାର ସମ୍ଭାବନା ନାହିଁ।

ଅନ୍ୟପକ୍ଷରେ ରାଜ୍ୟରେ ବର୍ତ୍ତମାନର ବର୍ଷା ସ୍ଥିତି ନେଇ ଶ୍ରୀ ମହାପାତ୍ର କହିଛନ୍ତି,  ଗଭୀର ଅବପାତଟି ଆଜି ସକାଳେ ଚାନ୍ଦବାଲିର ଦକ୍ଷିଣକୁ ଓଡ଼ିଶା ଉପକୂଳ ଅତିକ୍ରମ କରିବା ପରେ ଚାନ୍ଦବାଲି ପାଖରୁ ପ୍ରାୟ ୩୦ କିମି ଦୂରରେ ଓ  କେନ୍ଦୁଝରରୁ ପ୍ରାୟ ୧୦୦ କିମି ଦକ୍ଷିଣ-ପୂର୍ବ ଦିଗରେ ଏହା ଉପକୂଳ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ଅଛି। ଏହାର ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ଏହି ସବୁ ଅଞ୍ଚଳରେ ବର୍ଷା ଧୀରେ ଧୀରେ କମିବାରେ ଲାଗିଛି। ଅନ୍ୟପକ୍ଷରେ ରାଜ୍ୟର ପଶ୍ଚିମ ଓ କେନ୍ଦ୍ରାଞ୍ଚଳରେ ଥିବା ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ବଢ଼ିଛି।

Advertisment

ସେ କହିଛନ୍ତି, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଆଦି ଜିଲ୍ଲାରେ ଆଜି ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅର୍ଥାତ୍ ଏହି ସବୁ ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ରେକର୍ଡ କରାଯାଇପାରେ। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଗଭୀର ଅବପାତଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ସକାଳ ବେଳକୁ ଉତ୍ତର ଛତିଶଗଡ଼ ଉପରେ କେନ୍ଦ୍ରୀଭୂତ ହେବ ଏବଂ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ଆସନ୍ତାକାଲି ଓଡ଼ିଶାରେ ବର୍ଷାର ପରିମାଣ କମିବ। ହେଲେ ଛତିଶଗଡ଼ ସୀମାନ୍ତକୁ ଲାଗି ରହିଥିବା ଦୁଇ ତିନୋଟି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Weather Report