ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ କାଲିଠୁ ସ୍ୱର୍ଗଦ୍ୱାର ମନା। କୋଭିଡ୍ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳ ଏପରି ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ଲାଗିଛି। ଏନେଇ ଜିଲ୍ଲାପାଳ ବଲୱନ୍ତ ସିଂ ସୂଚନା ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।
ମହାମାରୀ ‘କରୋନା’ ଏବେ ଭୟଙ୍କର ସ୍ଥିତିରେ ରହିଛି। ଆଜି ସୁଦ୍ଧା ୧୦,୦୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ୪୨ ଜଣଙ୍କ ଜୀବନ ନେଇ ସାରିଲାଣି ‘କରୋନା’। ସ୍ଥିତି ଦେଖି ରାଜ୍ୟ ସରକାର ଶନିବାର ଓ ରବିବାର ଶଟ୍ଡାଉନ୍ ଘୋଷଣା କରିଛନ୍ତି। ଏହାଛଡ଼ା କଣ୍ଟେନ୍ମେଣ୍ଟ ଜୋନ୍ ମଧ୍ୟ ଘୋଷଣା କରାଯାଉଛି। ଏହା ସତ୍ତ୍ୱେ କରୋନା କାବୁରେ ରହୁନି। ପ୍ରତିଦିନ ଜଣେ ବା ଦୁଇ ଜଣଙ୍କ ମୁଣ୍ଡ ନେଉଛି। ଏପରି ସ୍ଥିତିରେ ଜିଲ୍ଲା ବାହାର ଲୋକ ସ୍ୱର୍ଗଦ୍ୱାରକୁ ମୃତଦେହ ନନେବା ପାଇଁ ପୁରୀ ଜିଲ୍ଲାପାଳ ଅପିଲ୍ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।