ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ୟାଙ୍କକୁ ଗଲେ ଉପଯୁକ୍ତ ସେବା ମିଳୁନି। କର୍ମଚାରୀମାନେ ସବୁବେଳେ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଉପରିସ୍ଥ ଅଧିକାରୀଙ୍କୁ ଅଭିଯୋଗ କଲେ ମଧ୍ୟ କିଛି ସମାଧାନ କରାଯାଉନି। ନୀଳଗିରି ଗୁଣ୍ଡିଚା ମନ୍ଦିର ପାଖରେ ଥିବା ଷ୍ଟେଟ ବ୍ୟାଙ୍କରେ ସମ୍ମୁଖୀନ ହେଉଥିବା ଏପରି ସମସ୍ୟାର ସମାଧାନ ଦାବି କରି ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବହୁ ସଂଖ୍ୟାରେ ଗ୍ରାହକ। ସେମାନେ ବିଷ ବୋତଲ ଧରି ଧାରଣାରେ ବସିଥିବା ବେଳେ ବ୍ୟାଙ୍କ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ଜଣାଯାଇଛି।
ଉତ୍ତ୍ୟକ୍ତ ଲୋକେ କର୍ମଚାରୀଙ୍କୁ ଭିତରକୁ ଛାଡ଼ୁ ନ ଥିବାରୁ ବ୍ୟାଙ୍କ ବନ୍ଦ ରହିଛି। ପୁଲିସ୍ ଓ ଉପରିସ୍ଥ ଅଧିକାରୀ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଜାରି ରଖିଥିଲେ ମଧ୍ୟ କୌଣସି ସମାଧାନର ବାଟ ବାହାରି ପାରି ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜ୍ୟରେ ଗଠନ ହେବ ଅଧିକ ନୂଆ ବ୍ଲକ୍: ରାଜସ୍ୱ ମନ୍ତ୍ରୀ
ରାଜ୍ୟରେ ଶେଷଥର ପାଇଁ ୧୯୮୪ ମସିହାରେ ବ୍ଲକ ପୁନର୍ଗଠନ ହୋଇଥିଲା। ଏବେ ଲୋକସଂଖ୍ୟା ବୃଦ୍ଧି ଓ ପ୍ରଶାସନକୁ ନିକଟତର କରାଇବା ପାଇଁ ଅଧିକ ବ୍ଲକର ଆବଶ୍ୟକତା ରହିଛି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ।
Politics
ଫସଲ କ୍ଷତି: ଆସନ୍ତାକାଲି ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ, ୩୦ରେ ଯିବେ ନବୀନ
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସ୍ଥିତିର ସମୀକ୍ଷା କରିବା ପରେ ଆସନ୍ତାକାଲି ଜିଲ୍ଲା ଗସ୍ତରେ ଯିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
Miscellaneous
କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି
ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ। ଧନୁଯାତ୍ରାକୁ UNESCO ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବ।
Miscellaneous
‘ନୂଆବର୍ଷରେ ଫୁଲଟିଏ ବଦଳରେ ଗଛଟିଏ ଉପହାର ଦିଅନ୍ତୁ’
ଆଜି ବକୁଳ ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ‘ଫୁଲ ବଦଳରେ ଗଛଟିଏ’ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ପରିବେଶ ପାଇଁ ଗଛଟିଏର ପ୍ରମୁଖ ଭୂମିକା ରହିଛି। ଆଜିକାଲି ରାସ୍ତା ପ୍ରଶସ୍ତିକରଣ ଓ ବିଭିନ୍ନ ଉନ୍ନତିକରଣ ନାଁରେ ଅନେକ ବଡ଼ ବଡ଼ ଗଛକୁ କଟା ଯାଉଛି।