ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣମୀ । ଏହି ଦିନ ସକାଳୁ ସକାଳୁ ଲୋକେ ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଥାନ୍ତି। ହେଲେ ଏଥିଯୋଗୁ ଅଧିକ ଲୋକ ଏକତ୍ରୀତ ହୋଇ କରୋନା ପୁଣି ଥରେ ମୁଣ୍ଡ ଟେକିବା ଆଶଙ୍କା ଥିବାରୁ ଆଗୁଆ ପଦକ୍ଷେପ ନେଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋପାଳପୁର, ସୁନପୁର, ଆର୍ଯ୍ୟପଲ୍ଲୀ ଆଦି ସମୁଦ୍ର ବେଳାଭୂମିକୁ ପର୍ଯ୍ୟଟକ ଓ ସାଧାରଣ ଲୋକଙ୍କୁ ବାରଣ କରାଯାଇଛି ।
ଆଜି ଅପରାହ୍ନ ୨ଟାରୁ ଆସନ୍ତାକାଲି ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏସବୁ ବେଳାଭୂମୀକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଛି । ଏପରିକି ଏହି ସବୁ ବେଳାଭୂମିକୁ ଡଙ୍ଗା ଭସାଇବାକୁ ଯାଇ ଗହଳି ନ କରିବାକୁ କୁହାଯାଇଛି। ପ୍ରଶାସନର କଟକଣାକୁ ମାନିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।
ପ୍ରଶାସନର ଏହି ନିର୍ଦ୍ଦେଶ ପରେ ଶହ ଶହ ବର୍ଷର ପରମ୍ପରା ଡଙ୍ଗା ଭସା କିପରି ପାଳିବେ, କେଉଁ ଜଳାଶୟରେ ଡଙ୍ଗା ଭସାଇବେ ତାକୁ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି ଲୋକେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।