ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ବଜେଟ୍ ପୂର୍ବରୁ ବିଧାନସଭାରେ ଉପସ୍ଥାପନ ହେଲା ୨୦୧୯-୨୦ ପାଇଁ ଅର୍ଥନୈତିକ ସର୍ଭେ ରିପୋର୍ଟ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ରିପୋର୍ଟ ଉପସ୍ଥାପନ କରିଛନ୍ତି। ରାଜ୍ୟର ଅଭିବୃଦ୍ଧି ହାର କମିଥିବା ନେଇ ରିପୋର୍ଟରେ ଉଲ୍ଲେଖ ରହିଛି ।
ଚଳିତ ବର୍ଷ ଅଭିବୃଦ୍ଧି ହାର ୬.୧୬% ରହିବ ବୋଲି ଆକଳନ କରାଯାଇଛି । ବାତ୍ୟା ଯୋଗୁ କୃଷି ଉତ୍ପାଦନ କମିଥିବାରୁ GSDP ହ୍ରାସ ଉଲ୍ଲେଖ ରହିଛି। ତେବେ ଜାତୀୟ GSDP ୨୦୧୯-୨୦ରେ ୫% ଆକଳନ ଉଲ୍ଲେଖ ରହିଛି। ଗତବର୍ଷ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ହାର ରହିଥିଲା ୭.୯୦%। ଜାତୀୟ ତୁଳନାରେ ରାଜ୍ୟର ମୁଣ୍ଡପିଛା ଆୟ କମିଥିବା ଉଲ୍ଲେଖ ରହିଛି ।
୨୦୧୯-୨୦ରେ ରାଜ୍ୟର ମୁଣ୍ଡପିଛା ଆୟ ୧ ଲକ୍ଷ ୧ ହଜାର ୫୮୭ ଟଙ୍କା ରହିଛି । ୨୦୧୮-୧୯ରେ ମୁଣ୍ଡପିଛା ଆୟ ଥିଲା ୯୫ ହଜାର ୧୬୪ ଟଙ୍କା । ୨୦୧୯-୨୦ରେ ଜାତୀୟ ମୁଣ୍ଡପିଛା ଆୟ ୧ ଲକ୍ଷ ୩୫ ହଜାର ୫୦ ଟଙ୍କା ରହିଥିବା ରିପୋର୍ଟରୁ ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରକକୁ ପିଟିଲା କୋର୍ଟ ଭ୍ୟାନ୍, ପୁଲିସ୍ ଓ ମୁଦାଲା ଆହତ
ଟ୍ରକକୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍ । ଏଥିରେ କୋର୍ଟ ଭ୍ୟାନ୍ର ସମ୍ମୁଖ କାଚ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
୪୫ରୁ ୬୫ ବର୍ଷ ବୟସର ପ୍ରବାସୀ ଭାରତୀୟଙ୍କୁ ନେଇ ଦେଶର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବ ପ୍ରବାସୀ ଭାରତୀୟ ଏକ୍ସପ୍ରେସ। ଟ୍ରେନର ସର୍ବାଧିକ ଯାତ୍ରୀ କ୍ଷମତା ହେଉଛି ୧୫୬, ଯାତ୍ରାର ସମୟ ଅବଧି ୩ ସପ୍ତାହ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Events & Festivals
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁଞ୍ଜିନିବେଶ କରିବାକୁ ଯେଉଁସବୁ ଆବଶ୍ୟକତା ଅଛି, ସେ ସବୁ ଓଡ଼ିଶାରେ ପୂରଣ ହେବ।
Events & Festivals
ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଉଦଘାଟନ କଲେ ମୋଦି, କହିଲେ- ପ୍ରତି ପ୍ରବାସୀଙ୍କ ହୃଦୟରେ ଭାରତର ସ୍ପନ୍ଦନ
ଦୁନିଆରେ ଯେତେବେଳେ ଖଣ୍ଡା ମୁନରେ ସାମ୍ରାଜ୍ୟ ବଢ଼ା ଯାଉଥିଲା ସେତେବେଳେ ସମ୍ରାଟ ଅଶୋକ ଏଠାରେ ଶାନ୍ତିର ବାଟ ବାଛିଥିଲେ। ସେ ଏଠାରେ ଧର୍ମାଶୋକରେ ପରିଣତ ହୋଇଥିଲେ। ଭବିଷ୍ୟତ ଯୁଦ୍ଧରେ ନୁହେଁ ବୁଦ୍ଧରେ ବୋଲି କହିଲେ ମୋଦି।