ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏଥର ବି ଅଧିବେଶନ ପୂର୍ବରୁ ବିଧାୟକ, ମନ୍ତ୍ରୀ, ସେମାନଙ୍କ ବ୍ୟକ୍ତିଗତ ସଚିବ, ସହାୟକ ଏବଂ ବିଧାନସଭା କର୍ମଚାରୀଙ୍କର କୋଡିଭ୍ ଟେଷ୍ଟ ହେବ । ଆଜିଠୁ ଆସନ୍ତା ୩ ଦିନ ଯାଏଁ କରୋନା ଟେଷ୍ଟ ହେବ । ବିଧାନସଭା ଭିତରକୁ ଯାଉଥିବା ସମସ୍ତ ସାମ୍ବାଦିକଙ୍କର ମଧ୍ୟ କୋଭିଡ ଟେଷ୍ଟ ବାଧ୍ୟତାମୂଳକ ହୋଇଛି । କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଲେ ବିଧାନସଭା ଯିବାକୁ ଅନୁମତି ମିଳିବ। କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଲେ ହିଁ ବିଧାନସଭା ଯିବାକୁ ଅନୁମତି ମିଳିବ।
ଆସନ୍ତା ୧୭, ୧୮ ଓ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ସମସ୍ତଙ୍କ କୋଭିଡ୍ ଟେଷ୍ଟ କରାଯିବା ସହ ପରେ ଦ୍ୱିତୀୟ ପଯର୍ୟାୟରେ ମଧ୍ୟ ସମସ୍ତଙ୍କ ଟେଷ୍ଟ କରାଯିବ । ଏହାସହ ପ୍ରତିଦିନ ବିଧାନସଭା ପରିସରକୁ ସାନିଟାଇଜ କରାଯିବ । ଏଥର ମଧ୍ୟ ସଦସ୍ୟମାନେ ଭିଡିଓ କନଫରେନି୍ସଂରେ ଭାଗ ନେଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।