ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଲପିଜି ଲିକେଜ୍ରୁ ନିଆଁ ଲାଗି ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଗତକାଲି ଘଟିଥିଲା ଭୟଙ୍କର ବିସ୍ଫୋରଣ । ପ୍ରାଥମିକ ତଦନ୍ତ ପରେ ଏପରି ସୂଚନା ଦେଇଛନ୍ତି ପେସୋ ( Petroleum And Explosives Safety Organisation) ର ଉପମୁଖ୍ୟ କଣ୍ଟ୍ରୋଲର ।
ତାଙ୍କ ସୂଚନା ମୁତାବକ, ଟାଙ୍କିରେ ନାଇଟ୍ରୋଜେନ୍ ଦେଇ ଏଲ୍ପିଜି ଭର୍ତ୍ତି ବେଳେ ଲିକେଜ୍ ହୋଇଥିଲା। ଲିକେଜ୍ ହେବା ପରେ ନିଆଁ ଲାଗି ଯାଇଥିଲା, ପରେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ବେଳେ ଟାଙ୍କିରେ ସାଢ଼େ ୪ ଟନ୍ ଏଲ୍ପିଜି ରହିଥିଲା ପ୍ରାଥମିକ ତଦନ୍ତ ସରିଛି, ବିସ୍ତୃତ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବୁ ବୋଲି କହିଛନ୍ତି ପେସୋର ଉପମୁଖ୍ୟ କଣ୍ଟ୍ରୋଲର।
ସୂଚନାଯୋଗ୍ୟ, ଗତକାଲି ଘଟିଥିବା ଏହି ଭୟଙ୍କର ବିସ୍ଫୋରଣ ପରେ କ୍ୟାପିଟାଲ ହସ୍ପିଟାଲରେ ୮ ଜଣଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ୨ ଗୁରୁତରଙ୍କୁ କଟକ SCB ସ୍ଥାନାନ୍ତର କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଆଜି ଭୋରରୁ ଜଣଙ୍କ ମୃତ୍ୟୁ ହୋଇଛି। ମୃତାହତ ଘଟଣା ସଂପର୍କରେ ପୋଲିସ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।