ନବରଙ୍ଗପୁର (ନବଘନ ବିଶୋୟୀ): ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କହେଁଇମୁଣ୍ଡା ଛକ ନିକଟରେ ଏକ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ୨୫ ଜଣ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅତି ଗୁରୁତର ଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।
ତେନ୍ତୁଳିଖୁଣ୍ଟ ବ୍ଲକ ଅନ୍ତର୍ଗତ ନାଗି ଓ ଦେଓପାଲି ଗାଁର ୩୦ଜଣ ଶ୍ରମିକଙ୍କୁ ନେଇ ଏହି ପିକ୍ଅପ୍ ଭ୍ୟାନ୍ଟି ନନ୍ଦାହାଣ୍ଡି ମେଗା ଜଳ ଯୋଗାଣ ଯୋଜନାରେ ଚାଲିଥିବା ପାଇପ ବିଛାଇବା କାମ କରିବାକୁ ଯାଉଥିଲା l ଦ୍ରୁତ ଗତିରେ ଥିବାରୁ କହେଁଇମୁଣ୍ଡା ବୁଲାଣି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା l ଫଳରେ ଏଥିରେ ବସିଥିବା ଶ୍ରମିକଙ୍କ ମଧ୍ୟରୁ ୨୫ ଜଣ ଆହତ ହୋଇଛନ୍ତି।
ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ତେନ୍ତୁଳିଖୁଣ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଦୁଇ ଜଣଙ୍କ ଅବସ୍ଥା ଅତି ଗୁରୁତର ଥିବାରୁ ସେମାନଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେହିଭଳି ଗୁରୁତର ଥିବା ଅନ୍ୟ ୪ ଶ୍ରମିକଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।