ଭଞ୍ଜନଗର(ରାଜେଶ କୁମାର ପଣ୍ଡା): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବରାଡ଼ି ଛକ ନିକଟରେ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ହୋଇଛନ୍ତି। ତାଙ୍କ ନାଁ ମଦନ ବେହେରା। ତାଙ୍କ ଘର ରାଇପଲ୍ଲୀ ଗାଁରେ।
ଆଜି ଦିନ ପ୍ରାୟ ୧୧ଟା ବେଳେ ଏହି ଦୁର୍ଘଟଣା ଘଟିଛି। ମଦନ ଆଜି ସକାଳେ କୌଣସି କାମରେ କୁରାଡ଼କୁ ଯାଇ ନିଜ ଗାଁ ରାଇପଲ୍ଲୀକୁ ଆସୁଥିଲେ। ଏହି ସମୟରେ ଗାଲେରିରୁ ଭଞ୍ଜନଗର ଯାଉଥିବା ଏକ ପିକ୍ଅପ୍ ଭ୍ୟାନ୍ ତାଙ୍କୁ କୋଟିବରାଡ଼ି ଛକ ନିକଟରେ ଧକ୍କା ଦେଇଥିଲା। ଭଞ୍ଜନଗର ପୁଲିସ୍ ମଦନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।
ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଡ୍ରାଇଭର୍ ପିକ୍ଅପ୍ ଭ୍ୟାନ୍ ଧରି ଫେରାର ହୋଇଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ପ୍ରଶାସନ ଓ ପୁଲିସକୁ ଖୋଲା ଚ୍ୟାଲେଞ୍ଜ
ଶ୍ରୀମନ୍ଦିର ଉପରେ ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ଆଉ ଲୋକେ ଏସବୁକୁ ଦେଖିପାରିଲେ। ହେଲେ ନା ପୁଲିସ୍ ନା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ କେହି ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।