ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ପ୍ଲାଣ୍ଟ ସାଇଟ୍ ପୁଲିସ୍ ବିଶ୍ୱକପ୍ କ୍ରିକେଟ୍ ବେଟିଂ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଗତକାଲି ବିଳମ୍ୱିତ ରାତିରେ ଡେଲି ମାର୍କେଟସ୍ଥିତ ଜନତା ନିବାସ ଲେନ୍ରେ ପୁଲିସ୍ ଚଢ଼ଉ କରି ଦୁଇ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୩୧ ଲକ୍ଷ ଟଙ୍କା ଓ ୧୫ଟି ମୋବାଇଲ୍ ଫୋନ୍ ଜବତ କରିଛି।
ଗିରଫ ହୋଇଥିବା ଜଣେ ବ୍ୟକ୍ତିଙ୍କ ପରିଚୟ ମିଳିଛି। ତାଙ୍କ ନାଁ ନାଗର ମଲ୍ । ତାଙ୍କ ଘର ଅଗ୍ରୱାଲ ଜନତା ନିବାସ ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେହିପରି ଗିରଫ ହୋଇଥିବା ଆଉ ଜଣେ ବ୍ୟକ୍ତିଙ୍କ ଘର ଦେଓଗାଁରେ ବୋଲି କୁହାଯାଉଛି।
ଏହି ଗ୍ୟାଙ୍ଗର ଅନ୍ୟ ସଦସ୍ୟମାନଙ୍କୁ ଧରିବାକୁ ପୁଲିସ୍ ଚଢ଼ଉ ଜାରି ରହିଛି। ଏଥିସହ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?