ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମହାମାରୀ ‘କରୋନା’ ବେକାବୁ ହେଉଥିବା ଦେଖି ରାଜ୍ୟ ସରକାର ପ୍ଲାଜମା ଥେରାପିକୁ ଆପଣେଇବାକୁ ଯାଉଛନ୍ତି। ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ ପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ। ଏହି କମିଟି ଚିକିତ୍ସା ପଦ୍ଧତି ନିରୂପଣ ଓ ସଫଳ ରୂପାୟନ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରିବ। ରାଜ୍ୟର ୪ଟି ପ୍ରମୁଖ ହସ୍ପିଟାଲରେ ଆରମ୍ଭ କରାଯିବ ଏହି ପ୍ଲାଜମା ଥେରାପି। କଟକ ଏସ୍ସିବି, ଅଶ୍ୱିନୀ, ଭୁବନେଶ୍ୱରରେ ସମ୍ ଓ କିମ୍ସରେ ଏହି ଚିକିତ୍ସା ବ୍ୟବସ୍ଥା କରାଯିବ। ଏଥିସହ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି।
ମହାମାରୀ ‘କରୋନା’ରେ ଆଜି ସୁଦ୍ଧା ୭୫୪୫ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୫୦୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୨୦୪୩ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ୮ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।