ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଭୁବନେଶ୍ୱର ସମ୍, କିମ୍ସ ଓ କଟକ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କଟକ SCB ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବେ କାର୍ଯ୍ୟ କରିବ । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭ ହଜାର ପରୀକ୍ଷଣ କରାଯାଉଥିବାବେଳେ ସପ୍ତାହେ ମଧ୍ୟରେ ଏହାକୁ ୯ ହଜାରକୁ ବୃଦ୍ଧି କରାଯିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ […]

plama-2

Niharika Rout
  • Published: Wednesday, 15 July 2020
  • , Updated: 15 July 2020, 07:36 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଭୁବନେଶ୍ୱର ସମ୍, କିମ୍ସ ଓ କଟକ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କଟକ SCB ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବେ କାର୍ଯ୍ୟ କରିବ ।

ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଦୈନିକ ୭ ହଜାର ପରୀକ୍ଷଣ କରାଯାଉଥିବାବେଳେ ସପ୍ତାହେ ମଧ୍ୟରେ ଏହାକୁ ୯ ହଜାରକୁ ବୃଦ୍ଧି କରାଯିବ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ  ନିଷ୍ପତ୍ତି ନିଆଯାଇଛି। ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ,  ସେଥିପାଇଁ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ ।

ଏହାସହିତ ରାଜ୍ୟରେ ୫ଟି ଫୋକସ୍ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ୫ଟି ଜିଲ୍ଲା ହେଉଛି  ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା ।   ଏହି ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଯୋଗୁଁ ପରିସ୍ଥିତି ଆହ୍ୱାନମୂଳକ ରହିଛି। ଗଞ୍ଜାମ ଜିଲ୍ଲାରେ ଅଧିକ ମାନବସମ୍ବଳ ସହ ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Related story