ଅକ୍ଟୋବର ୨ରୁ ପ୍ଲାଷ୍ଟିକ୍‌ ବ୍ୟାନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅକ୍ଟୋବର ୨ ତାରିଖରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍ ହେବ। ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍ ହେବ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ। ଆଜି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।

ସୂଚନାଯୋଗ୍ୟ, ସ୍ୱାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।