ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଗୁରୁତର ରୋଗୀଙ୍କୁ କୌଣସି ଘରୋଇ ହସ୍ପିଟାଲ ଆଡମିଶନ୍ ନକଲେ ଜଣାନ୍ତୁ। ଏଥିପାଇଁ ଟୋଲ୍ ଫ୍ରି ନଂ-୧୦୦କୁ ଜଣାଇବାକୁ ଟ୍ୱିଟ୍ ଯୋଗେ ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ। ମୁଖ୍ୟ ସଚିବଙ୍କ ଟ୍ୱିଟ୍ ଉପରେ ରି-ଟ୍ୱିଟ୍ କଲେ ପୁଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ। କେହି ହସ୍ପିଟାଲ ଆଡମିଶନ ନକଲେ ୧୦୦କୁ ଜଣାଇବାକୁ ପୁଲିସ କମିଶନର କହିଲେ। ଭୁବନେଶ୍ୱର ବାହାରୁ ଆସୁଥିବା ରୋଗୀଙ୍କୁ ଆଡମିଶନ ନକଲେ ୧୦୦କୁ ଜଣାନ୍ତୁ, ଆମ କର୍ମଚାରୀଙ୍କୁ ସହାୟତା କରିବାକୁ କୁହାଯାଇଛି ବୋଲି ସିପି ଲେଖିଛନ୍ତି।
https://twitter.com/SarangiSudhansu/status/1284437873811312640?s=20
ଓଡ଼ିଶାର ପ୍ରାଣ କେନ୍ଦ୍ର ହେଉଛି ଭୁବନେଶ୍ୱର। ମହାମାରୀ ‘କରୋନା’ ସମୟରେ ଏଠାକୁ ଆସୁଥିବା ଗୁରୁତର ରୋଗୀଙ୍କୁ ଘରୋଇ ହସ୍ପିଟାଲ୍ ଚିକିତ୍ସା କରୁନାହାନ୍ତି। ଯାହା ଫଳରେ ଦୂରଦୂରାନ୍ତରୁ ଆସୁଥିବା ରୋଗୀମାନେ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏନେଇ ବିଭିନ୍ନ ମହଲରେ ଉଦ୍ବେଗ ପ୍ରକାଶ କରିଥିବା ରାଜ୍ୟ ସରକାର ଏପରି ପଦକ୍ଷେପ ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।