ଏପ୍ରିଲ୍ ୪ରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ

Ordigital Desk
  • Published: Friday, 23 March 2018
  • , Updated: 23 March 2018, 05:55 PM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଏପ୍ରିଲ୍ ୪ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷାର ଖାତା ଦେଖା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା। ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୧୬ରୁ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ ପଣ୍ଡା ଏହି ସୂଚନା ଦେଇଛନ୍ତି।</p> <p>ମୂଲ୍ୟାୟନ ପରେ ମେ&rsquo; ୨୦ସୁଦ୍ଧା ବିଜ୍ଞାନ ଏବଂ ଜୁନ୍ ପ୍ରଥମ ସପ୍ତାହ ସୁଦ୍ଧା କଳା ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି। ଚଳିତ ବର୍ଷ ୩ ଲକ୍ଷ ୬୫ ହଜାର ୮୨୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।</p>

Related story