ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଅପରାହ୍ନ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ଏହାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶିତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। WWW.orissaresults.nic.in ଏବଂ SAMS e space ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣି ପାରିବେ ଛାତ୍ରଛାତ୍ରୀ। ଚଳିତ ବର୍ଷ ରାଜ୍ୟର […]

exam

  • Published: Wednesday, 27 July 2022
  • , Updated: 27 July 2022, 08:49 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଅପରାହ୍ନ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।

ଏହାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶିତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। WWW.orissaresults.nic.in ଏବଂ SAMS e space ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣି ପାରିବେ ଛାତ୍ରଛାତ୍ରୀ।

ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଦେଇଥିଲେ।

ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ୍ ପରୀକ୍ଷା ପରେ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

 

Related story