ଯୁକ୍ତ ୩ ନାମଲେଖା ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ଯୁକ୍ତ ୩ରେ ନାମ ଲେଖାଇବା ପାଇଁ ଆବେଦନ କରି ପାରିବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। ଆଜି ଦିନ ୧୧ଟା ଠାରୁ www.samsodisha. gov. in ରେ ଅନ୍‌ଲାଇନ୍ ଆବେଦନ ଫର୍ମ ଉପଲବ୍ଧ ହେବ। ଆବେଦନ କରିବାର ଶେଷ ତାରିଖ ଅଗଷ୍ଟ ୨୫ ରହିଛି । ଅଗଷ୍ଟ ୨୫ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ।

ଅଗଷ୍ଟ ୩୧ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ। ସେମାନଙ୍କର ଆଡ୍‌ମିଶନ ପ୍ରକ୍ରିୟା ସେପ୍ଟେମ୍ବର ୨ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ସେପ୍ଟେମ୍ବର ୧୧ରେ ୨ୟ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଏଥିରେ ଯେଉଁ ଛାତ୍ରଛାତ୍ରୀଙ୍କ ନାଁ ଥିବ ସେମାନଙ୍କ ନାମଲେଖା ସେପ୍ଟେମ୍ବର ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ସିଟ୍ ଖାଲି ପଡ଼ିଲେ ସେପ୍ଟେମ୍ବର ୧୬ ତାରିଖରେ ସେ ସଂପର୍କିତ ସୂଚନା ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ। ଏନେଇ କିଛି ଦିନ ତଳେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ  ପାଇଥିଲା

ଏହା ମଧ୍ୟରେ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳାର ପରୀକ୍ଷା ଫଳ ପ୍ରକାଶ ପାଇସାରିଛି। ଜୁଲାଇ ୨୭ ତାରିଖରେ ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋମବାର (ଗତକାଲି) କଳାର ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୯୪% ରହିଥିବା ବେଳେ ବାଣିଜ୍ୟରେ ୮୯% ଓ କଳାରେ ୮୨.୧୦% ରହିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।