ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): + ୩ ଇ-ଆଡମିଶନ୍ ପାଇଁ ସେପ୍ଟେମ୍ବର ୮ରୁ ଆବେଦନ ଆରମ୍ଭ ହେବ। ଏ ପ୍ରକ୍ରିୟା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଅର୍ଥାତ୍ ସେପ୍ଟେମ୍ବର ୨୨ ତାରିଖ ଆବେଦନର ଶେଷ ତାରିଖ ରହିବ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସେପ୍ଟେମ୍ବର ୮ ତାରିଖରେ ଛାତ୍ରଛାତ୍ରୀମାନେ ଆବେଦନ କରିବା ପରେ ସେପ୍ଟେମ୍ବର ୨୮ ତାରିଖରେ ଆବେଦନର ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ସେହିଦିନ ଅର୍ଥାତ ୨୮ ତାରିଖରେ ସାମ୍ସ ଆକାଉଣ୍ଟରେ ଆଡମିଶନ ଲାଗି ଇ-ଡିପୋଜିଟ୍ କରିହେବ।
ସେହିପରି ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରିଛି। ଏଥିସହିତ ସେହି ୮ ତରିଖରେ ସାମ୍ସ ଆକାଉଣ୍ଟରେ ଆଡମିଶନ ଲାଗି ଇ-ଡିପୋଜିଟ୍ ହୋଇପାରିବ ବୋଲି ଉଚ୍ଚଶିକ୍ଷା ବିଭାଗ କହିଛି।