ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ମେ’ ୩୧ ତାରିଖରେ ଶେଷ ହେବାର ଥିଲା। ତେବେ ମେ’ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ଆଜି ଘୁଞ୍ଚାଇ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)। ସେହିଦିନ ହେବାକୁ ଥିବା ପରୀକ୍ଷା ଗୁଡ଼ିକ ଜୁନ୍ ୪ ତାରିଖରେ ହେବ ବୋଲି ସିଏଚ୍ଏସ୍ଇ ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ରେ କୁହାଯାଇଛି।
ମେ’ ୩୧ରେ କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ ପରୀକ୍ଷା ହେବାକୁ ଥିଲା। ସେହିପରି ବିଜ୍ଞାନ ବିଭାଗର ଗଣିତ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି ପରୀକ୍ଷା ହେବାର ଥିଲା। ତେବେ ନୂଆ ନିର୍ଦ୍ଦେଶ ଅନୁଯାୟୀ, ଏହି ପରୀକ୍ଷା ଗୁଡ଼ିକ ଜୁନ୍ ୪ ତାରିଖରେ ହେବ।
ଏହା ସହିତ ସିଏଚ୍ଏସ୍ଇ କହିଛି ଯେ ମେ’ ୨୧ରୁ ମେ’ ୨୮ ତାରିଖରେ ମଧ୍ୟ ଯେଉଁ ସବୁ ପରୀକ୍ଷା ହେବାର ଅଛି, ସେଗୁଡ଼ିକ ପୂର୍ବନିର୍ଦ୍ଧାରିତ ସୂଚୀ ଅନୁସାରେ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।