ମାର୍ଚ୍ଚ ୩ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବ। ଏନେଇ ଆଜି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୩ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ। ଏହା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ମାର୍ଚ୍ଚ ୪ ତାରିଖରୁ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୬ […]

vnm

Tapaswini Nayak
  • Published: Friday, 27 December 2019
  • , Updated: 29 April 2020, 01:27 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବ। ଏନେଇ ଆଜି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୩ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ। ଏହା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ମାର୍ଚ୍ଚ ୪ ତାରିଖରୁ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମାର୍ଚ୍ଚ ୪ ତାରିଖରୁ ଯୁକ୍ତ ଦୁଇ କଳା ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଚାଲିବ। ଜାନୁଆରୀ ୨୭ରୁ ଫେବୃଆରୀ ୫ ତାରିଖ ଯାଏ ପ୍ରାକ୍ଟିକାଲ ପରୀକ୍ଷା ହେବ।

ଏବର୍ଷ ମୋଟ ୩ ଲକ୍ଷ ୪୯ ହଜାର ୧୫୪ ପିଲା ପରୀକ୍ଷା ଦେବେ ବୋଲି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Related story