କଟକରେ ଆୟକର ଆପିଲେଟ ଟ୍ରିବ୍ୟୁନାଲ ଉଦଘାଟନ କଲେ ମୋଦି

କଟକ (ଓଡ଼ିଶା ରିପୋର୍ଟର): କଟକରେ ଆୟକର ଆପିଲେଟ ଟ୍ରିବ୍ୟୁନାଲ ଉଦଘାଟିତ। ଭିଡିଓ କନଫରେସିଂ ଯୋଗେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ସାମିଲ ଥିଲେ। ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ। ସୂଚନା ଅନୁଯାୟୀ, କଟକ ବେଞ୍ଚ ନ୍ୟାୟାଧିକାର କ୍ଷେତ୍ର ସମଗ୍ର ଓଡ଼ିଶା ହୋଇଥିବା ବେଳେ ୧୯୭୦ରେ ଏହା ପ୍ରତିଷ୍ଠା କରାଯାଇଥିଲା। ସେବେଠାରୁ ପାଖାପାଖି 50 ବର୍ଷ ଧରି ଏହା […]

modi

Tapas Behera
  • Published: Wednesday, 11 November 2020
  • , Updated: 11 November 2020, 05:04 PM IST

କଟକ (ଓଡ଼ିଶା ରିପୋର୍ଟର): କଟକରେ ଆୟକର ଆପିଲେଟ ଟ୍ରିବ୍ୟୁନାଲ ଉଦଘାଟିତ। ଭିଡିଓ କନଫରେସିଂ ଯୋଗେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ସାମିଲ ଥିଲେ। ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ।

ସୂଚନା ଅନୁଯାୟୀ, କଟକ ବେଞ୍ଚ ନ୍ୟାୟାଧିକାର କ୍ଷେତ୍ର ସମଗ୍ର ଓଡ଼ିଶା ହୋଇଥିବା ବେଳେ ୧୯୭୦ରେ ଏହା ପ୍ରତିଷ୍ଠା କରାଯାଇଥିଲା। ସେବେଠାରୁ ପାଖାପାଖି 50 ବର୍ଷ ଧରି ଏହା ଭଡ଼ା ଘରେ ଚାଲି ଆସୁଥିଲା। ତେଣୁ ଆଇଟିଏଟିର କଟକ ବେଞ୍ଚ ଉଦଘାଟନ ହେବା ଫଳରେ ନ୍ୟାୟ ଚାହୁଁଥିବା ଲୋକମାନଙ୍କୁ ତୁରନ୍ତ ନ୍ୟାୟ ମିଳିପାରିବ। ନୂଆ ଅଟ୍ଟାଳିକାରେ ଉନ୍ନତ ସଂଚାର ବ୍ୟବସ୍ଥା ସହିତ ଇ-କୋର୍ଟ ସୁବିଧା ରହିଛି। ଯାହାଫଳରେ କଟକ ବେଞ୍ଚ ଏଠାକାର ମାମଲା ସମେତ କୋଲକାତା ଜୋନରେ ଥିବା ଅନ୍ୟ ନିଷ୍କ୍ରିୟ ବେଞ୍ଚ ଯେପରିକି ରାଞ୍ଚି, ପାଟନା ଓ ଗୌହାଟୀ କ୍ଷେତ୍ରରୁ ଆସୁଥିବା ମାମଲାଗୁଡ଼ିକର ଦ୍ରୁତ ସମାଧାନ କରିପାରିବ।

୨୩ ମେ, ୧୯୭୦ରେ ଆଇଟିଏଟିର କଟକ ବେଞ୍ଚ ପ୍ରତିଷ୍ଠା କରାଯାଇ କାର୍ଯ୍ୟାରମ୍ଭ କରାଯାଇଥିଲା । କଟକ ବେଞ୍ଚର ନ୍ୟାୟାଧିକାର କ୍ଷେତ୍ର ସମଗ୍ର ଓଡ଼ିଶାରେ ପରିବ୍ୟାପ୍ତ ।  ୨୦୧୫ରେ ରାଜ୍ୟ ସରକାର ମାଗଣାରେ ଯୋଗାଇ ଦେଇଥିବା 1.60 ଏକର ଜମିରେ ଆଇଟିଏଟିର ନୂଆ କାର୍ଯ୍ୟାଳୟ ତଥା ଆବାସିକ ପରିସର ନିର୍ମିତ ହୋଇଛି ।

ମୋଟ 1938 ବର୍ଗମିଟର ସ୍ଥାନରେ କାର୍ଯ୍ୟାଳୟ ପରିସର ନିର୍ମାଣ କରାଯାଇଛି । ତିନି ମହଲା ବିଶିଷ୍ଟ ଅଟ୍ଟାଳିକାରେ ବଡ଼ କୋର୍ଟ କକ୍ଷ, ଅତ୍ୟାଧୁନିକ ରେକର୍ଡ କକ୍ଷ, ବେଞ୍ଚର ସଦସ୍ୟମାନଙ୍କ ପାଇଁ ସୁବ୍ୟବସ୍ଥିତ ଚାମ୍ବର୍ସ, ପାଠାଗାର କକ୍ଷ, ଅତ୍ୟାଧୁନିକ ସମ୍ମିଳନୀ କକ୍ଷ, ମକଦ୍ଦମାକାରୀଙ୍କ ପାଇଁ ଯଥେଷ୍ଟ ସ୍ଥାନ, ଆଇନଜୀବୀ, ଚାଟାର୍ଡ ଆକାଉଣ୍ଟାଣ୍ଟ ଆଦିଙ୍କ ପାଇଁ ବାର କକ୍ଷ ଆଦି ରହିଛି ।

Related story