ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ମଧ୍ୟ ପାଳନ କରାଯାଇଥାଏ। ତେଣୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। Wishing the vibrant Odia community a Happy New Year! pic.twitter.com/IFVWP5hKzM — Chowkidar Narendra Modi (@narendramodi) April 14, 2019 ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀ […]

pmcm

Rajalaxmi Sahu
  • Published: Sunday, 14 April 2019
  • , Updated: 14 April 2019, 09:45 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ମଧ୍ୟ ପାଳନ କରାଯାଇଥାଏ। ତେଣୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିବା ସହ ସ୍ୱପ୍ନ ସାକାର ହେଉ ବୋଲି କହିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମଧ୍ୟ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବବର୍ଷଟି ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ ବୋଲି କାମନା କରିଛନ୍ତି।

ସେହିପରି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ମଧ୍ୟ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

ପଣା ସଂକ୍ରାନ୍ତିରେ ମହାବୀର ହନୁମାନ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହି ଦିନରେ ହନୁମାନଙ୍କ ପୂଜା ମଧ୍ୟ କରାଯାଏ। ତେବେ ପଣା ସଂକ୍ରାନ୍ତିର ଅନେକ ସ୍ୱତନ୍ତ୍ରତା ରହିଛି।

Related story