Advertisment

ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ୟାସ୍‌ ପାଇଁ ମୋଟ୍‌ ହଜାରେ କୋଟି ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଛି। ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କରାଯାଇଛି। ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବ। ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରାଯାଇଛି। ବାତ୍ୟା ୟାସ୍‌ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। […]

ଅଦ୍ୟତନ ହୋଇଛି
ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କା ଘୋଷଣା କଲେ ପ୍ରଧାନମନ୍ତ୍ରୀ

Naveen-and-Modi

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ୟାସ୍‌ ପାଇଁ ମୋଟ୍‌ ହଜାରେ କୋଟି ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଛି। ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କରାଯାଇଛି। ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବ। ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରାଯାଇଛି।

Advertisment

ବାତ୍ୟା ୟାସ୍‌ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ବେଶୀ ପ୍ରଭାବିତ ହୋଇଥିଲା। ଆଜି କ୍ଷୟକ୍ଷତି ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିଥିଲେ। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ସମୀକ୍ଷା ବୈଠକ କରିଥିଲେ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ୍ ଡିଜି ଅଭୟ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିଲେ। ବିଶେଷ କରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍ ବ୍ୟବସ୍ଥା ଦାବି କରିଥିଲେ। ଏଥିପାଇଁ ଉନ୍ନତ ଟେକ୍ନୋଲୋଜି ଓ ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଆବଶ୍ୟକ। ସେହିପରି ଉପକୂଳର ସୁରକ୍ଷା ପାଇଁ ଦୀର୍ଘକାଳୀନ ବ୍ୟବସ୍ଥା କରିବାକୁ ଦାବି କରିଥିଲେ। ୭/୮ ମିଟର ପର୍ଯ୍ୟନ୍ତ ଜୁଆର ଉଠୁଥିବାର ତାର ଦୀର୍ଘସ୍ଥାୟୀ ବ୍ୟବସ୍ଥା କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ଦାବି କରିଥିଲେ ବୋଲି ଏସ୍‌ଆର୍‌ସି କହିଥିଲେ।

Advertisment
Cyclone Disaster Management Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe