Advertisment

୧୬ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହି ଦିନ ସେ ରାଜଧାନୀ ଭୁବନେଶ୍ୱରରେ ଏକ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ସେ ବିମାନବନ୍ଦରରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରିବେ ବୋଲି ବିଜେପି ରାଜ୍ୟ ଉପ-ସଭାପତି ସମୀର ମହାନ୍ତି କହିଛନ୍ତି। ଏହି ରୋଡ୍‌ ଶୋ’ ଏୟାରପୋର୍ଟ ଛକରୁ ବାହାରି ଗଙ୍ଗ ନଗର, ଓୟୁଏଟି ଓ ଶିରିପୁର ଛକ ଦେଇ ସିଟି ଓମେନ୍ସ କଲେଜ ପାଖରୁ ଲେଫ୍ଟ ଟର୍ଣ୍ଣ […]

author-image
Rajalaxmi Sahu
ଅଦ୍ୟତନ ହୋଇଛି
୧୬ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’

modi

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହି ଦିନ ସେ ରାଜଧାନୀ ଭୁବନେଶ୍ୱରରେ ଏକ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ସେ ବିମାନବନ୍ଦରରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରିବେ ବୋଲି ବିଜେପି ରାଜ୍ୟ ଉପ-ସଭାପତି ସମୀର ମହାନ୍ତି କହିଛନ୍ତି।

Advertisment

ଏହି ରୋଡ୍‌ ଶୋ’ ଏୟାରପୋର୍ଟ ଛକରୁ ବାହାରି ଗଙ୍ଗ ନଗର, ଓୟୁଏଟି ଓ ଶିରିପୁର ଛକ ଦେଇ ସିଟି ଓମେନ୍ସ କଲେଜ ପାଖରୁ ଲେଫ୍ଟ ଟର୍ଣ୍ଣ ନେଇ ବରମୁଣ୍ଡା ଶିବ ମନ୍ଦିର ଦେଇ ବରମୁଣ୍ଡା ପଡ଼ିଆରେ ପହଞ୍ଚିବ। ଏହାପରେ ବରମୁଣ୍ଡା ପଡ଼ିଆରେ ଏକ ବିରାଟ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସମୀର ମହାନ୍ତି କହିଛନ୍ତି। ଅପରାହ୍ନ ପ୍ରାୟ ୪ଟା ବେଳେ ଏହି ସଭା ହେବ।

ମୋଦିଙ୍କ ଗସ୍ତ ପାଇଁ ବ୍ଲୁ-ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ୍ ଲାଇନ୍‌, ପାର୍କିଂ, କାର୍‌କେଡ୍‌ ଓ ମିଟିଂ ସ୍ଥଳର ସୁରକ୍ଷା ଯାଞ୍ଚ କରିଛନ୍ତି ପୁଲିସ୍‌ କମିଶନର ଓ ଡିସିପି।

Advertisment

ସେହିଦିନ ଭୁବନେଶ୍ୱର ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ସମ୍ବଲପୁରରେ ମଧ୍ୟ ଏକ ନିର୍ବାଚନୀ ସଭାରେ ଯୋଗ ଦେବେ। ରେମେଡ୍ ଛକ ପଡ଼ିଆରେ ଏହି ସଭା ଅନୁଷ୍ଠିତ ହେବ। ସେ ଏଠାରେ ସକାଳ ୧୦ଟା ବେଳେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସଭା ସାରି ସେ ଭୁବନେଶ୍ୱର ଅଭିମୁଖେ ଆସିବେ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ କୋରାପୁଟର ଜୟପୁର, କଳାହାଣ୍ଡିର ଭବାନୀପାଟଣା, ସୁନ୍ଦରଗଡ଼ ଓ ସୋନପୁରରେ ନିର୍ବାଚନୀ ସଭା କରି ସାରିଛନ୍ତି। ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ପାରଳାଖେମୁଣ୍ଡି,କେନ୍ଦୁଝର, ବରଗଡ଼ ଆଦି ସ୍ଥାନରେ ନିର୍ବାଚନୀ ସଭା କରିଥିବା ବେଳେ ପୁରୀରେ ଏକ ରୋଡ୍ ଶୋ’ କରିଥିଲେ।