Advertisment

ନନ୍ଦ ସାର୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଦ୍ମଶ୍ରୀ ନନ୍ଦ ସାର ଓରଫ ନନ୍ଦକିଶୋର ପୃଷ୍ଟିଙ୍କର ଆଜି ପରଲୋକ ହୋଇଛି। ତାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିଜ ଟ୍ୱିଟର ହ୍ୟାଣ୍ଡଲରେ ଓଡ଼ିଆରେ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି। ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ କହିଲେ ପ୍ରଧାନମନ୍ତ୍ରୀ। ଏହାସହ ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ତାଙ୍କ ଉଦ୍ୟମ ଅନେକ ପିଢ଼ି ସ୍ମରଣୀୟ […]

ଅଦ୍ୟତନ ହୋଇଛି
ନନ୍ଦ ସାର୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

pm-modi

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଦ୍ମଶ୍ରୀ ନନ୍ଦ ସାର ଓରଫ ନନ୍ଦକିଶୋର ପୃଷ୍ଟିଙ୍କର ଆଜି ପରଲୋକ ହୋଇଛି। ତାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିଜ ଟ୍ୱିଟର ହ୍ୟାଣ୍ଡଲରେ ଓଡ଼ିଆରେ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି।

Advertisment

ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ କହିଲେ ପ୍ରଧାନମନ୍ତ୍ରୀ। ଏହାସହ ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ତାଙ୍କ ଉଦ୍ୟମ ଅନେକ ପିଢ଼ି ସ୍ମରଣୀୟ ରହିବ ବୋଲି ପିଏମ୍ ମୋଦି ଟ୍ୱିଟ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି, ‘ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ ସାରଙ୍କ ଉଦ୍ୟମ ଅନେକ ପିଢ଼ି ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ। ଗତ କିଛି ସପ୍ତାହ ପୂର୍ବରୁ ଆୟୋଜିତ ପଦ୍ମ ପୁରସ୍କାର ସମାରୋହରେ ସେ ଦେଶର ଦୃଷ୍ଟି ଆକର୍ଷଣ କରିବା ସହ ଦେଶବାସୀଙ୍କ ଶ୍ରଦ୍ଧାର ପାତ୍ର ହୋଇଥିଲେ। ଓଁ ଶାନ୍ତି।’

https://twitter.com/narendramodi/status/1468168540532318211?s=20

ସେହିପରି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ‘ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Advertisment

https://twitter.com/Naveen_Odisha/status/1468157191383257090?s=20

https://twitter.com/dpradhanbjp/status/1468145021488566272?s=20

ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନନ୍ଦ ସାରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି, ‘ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ନନ୍ଦ ସାରଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ। ବିନା ପାରିଶ୍ରମିକରେ ତିନି ପିଢ଼ି ଧରି ନିରବଚ୍ଛିନ୍ନ ଭାବେ ଛୋଟ ଛୋଟ ପିଲାଙ୍କୁ ଶିକ୍ଷାଦାନ କରି ଆସୁଥିବା ନନ୍ଦ ସାରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ ବରଂ ସମଗ୍ର ଭାରତର ଶିକ୍ଷା ସମାଜ ପାଇଁ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।’

ନନ୍ଦ ସାର୍ ଭାବେ ଜଣାଶୁଣା ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ଆଜି ଦିନ ୧ଟା ୨୮ ମିନିଟ୍‌ରେ ତାଙ୍କର ପରଲୋକ ହୋଇଥିଲା। ନଭେମ୍ବର ୨୯ ତାରିଖରେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ। ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲେ। ତା’ପରେ ସେହି ଦିନ ରାତିରେ ତାଙ୍କୁ ଯାଜପୁର ଜିଲ୍ଲାରେ ଥିବା ଏକ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ତିନି ଦିନ ତଳେ ସେଠାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ସୂଚନାଯୋଗ୍ୟ, ନଭେମ୍ବର ୯ ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ଧରି ଗାଁ ଛୁଆଙ୍କୁ ଚାଟଶାଳୀରେ ପାଠପଢ଼ାଇ ଆସୁଥିଲେ। ହେଲେ ଏଥିପାଇଁ ସେ ପାରିଶ୍ରମିକ ନେଉ ନଥିଲେ। ନନ୍ଦ ସାର୍‌ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe