ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ପାର୍ଲାମେଣ୍ଟରେ ମିଲେଟ ମିଲ୍ର ସୁଆଦ ଚାଖିଲେ ସାଂସଦ। ସେଥିପାଇଁ ସ୍ୱତନ୍ତ୍ର ମିଲେଟ୍ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା ହୋଇଥିଲା। ମିଲେଟ୍ ବର୍ଷ ପାଳନ ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ସାଂସଦମାନଙ୍କ ପାଇଁ ସ୍ୱତନ୍ତ୍ର ଭାବେ ମିଲେଟ୍ ଜାତୀୟ ଖାଦ୍ୟକୁ ମଧ୍ୟାହ୍ନ ଭୋଜନରେ ସାମିଲ କରିଥିଲେ।
ସଂସଦ ଭବନ ପରିସରରେ ଏହି ମିଲେଟ୍ ମଧ୍ୟାହ୍ନ ଭୋଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅଧିକାଂଶ ସଦସ୍ୟ ସାମିଲ ହୋଇଥିଲେ। ତିଆରି ହୋଇଥିଲା ମାଣ୍ଡିଆ ଇଡଲି, ଦୋସା ଭଳି ଖାଦ୍ୟ। ଏଥିପାଇଁ ସ୍ୱତନ୍ତ୍ର ସେଫ୍ ମଧ୍ୟ ଆସିଥିଲେ। ମିଲେଟ୍ ଖାଦ୍ୟର ପ୍ରଚାର ପ୍ରସାର ପାଇଁ ସାଂସଦଙ୍କୁ ମାଣ୍ଡିଆ ଓ ବାଜରାରୁ ପ୍ରସ୍ତୁତ ରୁଟି ଖାଇବାକୁ ଦିଆଯାଇଥିଲା। ବାଜରା ଓ ମାଣ୍ଡିଆ ଭଳି ଖାଦ୍ୟକୁ ପ୍ରୋତ୍ସାହନ ଲାଗି ୨୦୨୩କୁ କେନ୍ଦ୍ର ସରକାର ମିଲେଟ୍ ବର୍ଷ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି।
https://twitter.com/VPSecretariat/status/1605154446581051394?s=20&t=bIi_zO6nCav3H7ON1bCJ_Q
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Weather
କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା
ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।