ନୂଆପଡ଼ା ଚାଷୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ପଟେ କୃଷି ଆଇନକୁ ନେଇ ଚାଷୀଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ପ୍ରାନ୍ତର ଚାଷୀଙ୍କ ସହ ଆଲୋଚନା କରି ସେମାନଙ୍କର ବିଭିନ୍ନ ସମସ୍ୟା ସର୍ମ୍ପକରେ ପଚାରି ବୁଛିଛନ୍ତି। ଏହିକ୍ରମରେ ଆଜି ନୂଆପଡ଼ା ଜିଲ୍ଲାର ଚାଷୀ ନବୀନ ଠାକୁରଙ୍କ ସହ କଥା ହୋଇଛନ୍ତି ନରେନ୍ଦ୍ର ମୋଦି। ପିଏମ କିଷାନ ଯୋଜନା ସହ କିଷାନ କ୍ରେଡିଟ୍ କାର୍ଡ ଦ୍ୱାରା ନବୀନ କିପରି ଉପକୃତ ହୋଇଛନ୍ତି, ସେ […]

pm-modi

Ranjit Kumar Jena
  • Published: Friday, 25 December 2020
  • , Updated: 25 December 2020, 08:29 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ପଟେ କୃଷି ଆଇନକୁ ନେଇ ଚାଷୀଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ପ୍ରାନ୍ତର ଚାଷୀଙ୍କ ସହ ଆଲୋଚନା କରି ସେମାନଙ୍କର ବିଭିନ୍ନ ସମସ୍ୟା ସର୍ମ୍ପକରେ ପଚାରି ବୁଛିଛନ୍ତି। ଏହିକ୍ରମରେ ଆଜି ନୂଆପଡ଼ା ଜିଲ୍ଲାର ଚାଷୀ ନବୀନ ଠାକୁରଙ୍କ ସହ କଥା ହୋଇଛନ୍ତି ନରେନ୍ଦ୍ର ମୋଦି।

ପିଏମ କିଷାନ ଯୋଜନା ସହ କିଷାନ କ୍ରେଡିଟ୍ କାର୍ଡ ଦ୍ୱାରା ନବୀନ କିପରି ଉପକୃତ ହୋଇଛନ୍ତି, ସେ ନେଇ ଆଲୋଚନା କରିଥିଲେ। ପୂର୍ବରୁ ସାହୁକାରଙ୍କ ଠାରୁ ଋଣ ଆଣି ଚାଷୀ କରଜରେ ବୁଡ଼ି ରହୁଥିଲେ। ତେବେ କିଷାନ କ୍ରେଡିଟ୍ କାର୍ଡ ଦ୍ୱାରା କମ୍ ସୁଧରେ ଋଣ ଆଣି ନବୀନ ଉପକୃତ ହେଉଥିବା କହିଛନ୍ତି। ଆଗକୁ ଏପରି ଋଣ ଆଣିବା ଲାଗି ଅନ୍ୟ ଚାଷୀ ମାନଙ୍କୁ ପ୍ରେରଣା ଦେବା ଲାଗି ଚାଷୀ ନବୀନଙ୍କୁ କହିଥିଲେ ପ୍ରଧାନମନ୍ତ୍ରୀ।

ଗୋଟେ ପଟେ ଚାଷୀ ଆନ୍ଦୋଳନକୁ ମାସେ ପୂରିଥିବାବେଳେ ଅନ୍ୟପଟେ ଆଜି କିଷାନ ସମ୍ମାନ ନିଧି ଯୋଜନାରେ ଦେଶର ଚାଷୀଙ୍କୁ ପରବତ୍ତୀ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ। ଦେଶର ୯ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଯୋଜନା ଅନ୍ତର୍ଗତ ୧୮ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି। ଏହି ଅର୍ଥ ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଯାଇଛି।

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଓ ସୁଶାସନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏହି କିସ୍ତି ଜାରି କରିଛନ୍ତି। ଏହି ଅବସରରେ ଓଡ଼ିଶା ସମେତ ୬ଟି ରାଜ୍ୟର ଚାଷୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚନା କରିଥିଲେ। ଚାଷୀମାନଙ୍କୁ ସେମାନଙ୍କର ସମସ୍ୟା ସମ୍ପର୍କରେ ପଚାରିବା ସହ ସେମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ପରାମର୍ଶ ମଧ୍ୟ ଦେଇଥିଲେ।

ଏହି ଆଲୋଚନା ଅବସରରେ ମଣ୍ଡି, ଏମଏସସି ବାବଦରେ ଭୁଲ୍ ତଥ୍ୟ ଦିଆଯାଇ ଦେଶର ଚାଷୀଙ୍କୁ ବିଭ୍ରାନ୍ତ କରାଯାଉଛି ବୋଲି ମୋଦି କହିଛନ୍ତି। ସେହିପରି ଖୋଲା ମନରେ ଆମେ ଚାଷୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କୃଷକଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟ ନେଇ ଗତବର୍ଷ ଫେବ୍ରୁଆରୀରେ କେନ୍ଦ୍ର ସରକାର ପିଏମ୍-କିଷାନ୍ ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନା ଅନୁଯାୟୀ ପ୍ରତି ୪ ମାସରେ ଚାଷୀଙ୍କୁ ୨ ହଜାର କରି ବର୍ଷକୁ ୬ ହଜାର ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି।

Related story