ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ଓଡ଼ିଶାକୁ ୫୦୦ କୋଟି

ଭୁବନେଶ୍ୱର(ପ୍ରକାଶ ସେଠୀ): ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅଗ୍ରୀମ ୫୦୦ କୋଟି ଟଙ୍କାର ସହାୟତା ଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ବାତ୍ୟାର ମୁକାବିଲା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ଟିମକୁ ପ୍ରଶଂସା କରିବା ସହ ଖୁବଶୀଘ୍ର ଏକ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସି ବାତ୍ୟା କ୍ଷୟକ୍ଷତିର ବିସ୍ତୃତ ଆକଳନ କରିବାପରେ ଆବଶ୍ୟକ ପଡ଼ିଲେ ଭାରତ ସରକାର ଅଧିକ ସହାୟତା […]

PM-Narendra-Modi-Announces-Rs-500-Cr-Advance-Assistance-For-#Odisha

Manoranjan Sial
  • Published: Friday, 22 May 2020
  • Updated: 22 May 2020, 06:41 PM IST

Sports

Latest News

ଭୁବନେଶ୍ୱର(ପ୍ରକାଶ ସେଠୀ): ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅଗ୍ରୀମ ୫୦୦ କୋଟି ଟଙ୍କାର ସହାୟତା ଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ବାତ୍ୟାର ମୁକାବିଲା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ଟିମକୁ ପ୍ରଶଂସା କରିବା ସହ ଖୁବଶୀଘ୍ର ଏକ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସି ବାତ୍ୟା କ୍ଷୟକ୍ଷତିର ବିସ୍ତୃତ ଆକଳନ କରିବାପରେ ଆବଶ୍ୟକ ପଡ଼ିଲେ ଭାରତ ସରକାର ଅଧିକ ସହାୟତା ଯୋଗାଇ ଦେବେ ବୋଲି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ବାତ୍ୟାଞ୍ଚଳ ଅନୁଧ୍ୟାନ କରି ଫେରିବା ପରେ ଭୁବନେଶ୍ୱର ବିମାନ ବନ୍ଦରର କନଫରେନ୍ସ ହଲରେ ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ବୈଠକରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ, ପୁଲିସ ଡିଜି ଅଭୟ, ଏସଆରସି ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନ ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ। ବୈଠକରେ ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅବଗତ କରାଯିବା ସହ ପ୍ରାଥମିକ କ୍ଷୟକ୍ଷତିର ରିପୋର୍ଟ ମଧ୍ୟ ଦିଆଯାଇଛି। ସୂଚନା ଅନୁସାରେ ରାଜ୍ୟର ୮ଟି ଜିଲ୍ଲାରେ ମୋଟ ୯୦ଟି ବ୍ଲକର ପ୍ରାୟ ୧୫୦୦ ପଞ୍ଚାୟତର ପ୍ରାୟ ୪୫ଲକ୍ଷ ଲୋକ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ସରକାରଙ୍କ ପକ୍ଷରୁ ଅବଗତ କରାଯାଇଥିଲା।

ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ , ବାତ୍ୟା ପଶ୍ଚିମବଙ୍ଗ ତୁଳନାରେ ଓଡ଼ିଶାରେ କମ୍ କ୍ଷୟକ୍ଷତି କରିଛି। କିନ୍ତୁ ରାଜ୍ୟରେ କୃଷି, ବିଦ୍ୟୁତ, ଗୃହନିର୍ମାଣ, ଯୋଗାଯୋଗ ଓ ଅନ୍ୟାନ୍ୟ ଭିତ୍ତିଭୂମି ପ୍ରଭାବିତ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିସ୍ତୃତ ତଥ୍ୟ ଦିଆଯାଇଥିଲା ଓ ଖୁବଶୀଘ୍ର କେନ୍ଦ୍ରୀୟ ଟିମ୍ ଆସି ଏହାକୁ ଅନୁଧ୍ୟାନ କରିବ। ଓଡ଼ିଶା ସରକାର ମଧ୍ୟ ଏକ ଚୂଡ଼ାନ୍ତ କ୍ଷୟକ୍ଷତି ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବାପରେ ଯାହାକିଛି ସହାୟତା ଦରକାର ପଡ଼ିବ ତାହା ଯୋଗାଇ ଦିଆଯିବ। ମାତ୍ର ତତ୍କାଳ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଶାକୁ ଅଗ୍ରୀମ ଅନୁଦାନ ଭାବେ ୫୦୦କୋଟି ଟଙ୍କା ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଥିଲେ । ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଓଡ଼ିଶାରେ ଥିବା ଆନୁଷ୍ଠାନିକ ବ୍ୟବସ୍ଥା ବିଶେଷକରି ଗାଁରେ ନାଗରିକଙ୍କ ମଧ୍ୟରେ ସଚେତନତାକୁ ପ୍ରଧାନମନ୍ତ୍ରୀ ମୋଦି ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ଟିମକୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ଆଜି ପଶ୍ଚିମବଙ୍ଗରେ ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସହ ଅପରାହ୍ନ ୩ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ôଚବା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ପ୍ରଧାନମନ୍ତ୍ରୀ ମୋଦି ଆକାଶମାର୍ଗରୁ ରାଜ୍ୟର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ପଶ୍ଚିମବଙ୍ଗକୁ ପ୍ରଧାନମନ୍ତ୍ରୀ ୧ହଜାର କୋଟି ଟଙ୍କାର ଅଗ୍ରୀମ ଅନୁଦାନ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story