ଆର୍ଥିକ ଅନିୟମିତତା ଅଭିଯୋଗରେ ପିଇଓ ନିଲମ୍ବିତ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆର୍ଥିକ ଅନିୟମିତତା ଅଭିଯୋଗରେ ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ଓ କାଂସମାରି ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଇଶାକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଗଞ୍ଜାମ ଜିଲ୍ଲାପାଳ ତାଙ୍କୁ ନିଲମ୍ବନ କରିଛନ୍ତି। ଇଶାକ ସରକାରୀ ପ୍ରକଳ୍ପ ବାବଦକୁ ଆସିଥିବା ଟଙ୍କାରୁ ପ୍ରାୟ ୪ ଲକ୍ଷ ୪୩ ହଜାର ୨୨୮ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଥିଲା। ଆର୍ଥିକ ହେରଫେର ସଂପର୍କିତ ସଂପୂର୍ଣ୍ଣ ତଥ୍ୟ ନ ଦେବା ପର୍ଯ୍ୟନ୍ତ ସେ ନିଲମ୍ବିତ ହୋଇ ରହିବେ ବୋଲି […]

peomm

Tapaswini Nayak
  • Published: Tuesday, 05 November 2019
  • , Updated: 05 November 2019, 08:20 AM IST

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆର୍ଥିକ ଅନିୟମିତତା ଅଭିଯୋଗରେ ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ଓ କାଂସମାରି ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଇଶାକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଗଞ୍ଜାମ ଜିଲ୍ଲାପାଳ ତାଙ୍କୁ ନିଲମ୍ବନ କରିଛନ୍ତି।

ଇଶାକ ସରକାରୀ ପ୍ରକଳ୍ପ ବାବଦକୁ ଆସିଥିବା ଟଙ୍କାରୁ ପ୍ରାୟ ୪ ଲକ୍ଷ ୪୩ ହଜାର ୨୨୮ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଥିଲା। ଆର୍ଥିକ ହେରଫେର ସଂପର୍କିତ ସଂପୂର୍ଣ୍ଣ ତଥ୍ୟ ନ ଦେବା ପର୍ଯ୍ୟନ୍ତ ସେ ନିଲମ୍ବିତ ହୋଇ ରହିବେ ବୋଲି ଜିଲ୍ଲାପାଳ କହିଛନ୍ତି। ନିଲମ୍ବନ ସମୟରେ ଇଶାକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହାଜିରା ପକେଇବେ ବୋଲି  ନିର୍ଦ୍ଦେଶ ରହିଛି।

Related story