ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲାର ତିଗିରିଆ ଥାନା ଅନ୍ତର୍ଗତ ଅଚଳକୋଟ ଗାଁ ପାଖ ଜଙ୍ଗଲରୁ ଆଜି ୬ କ୍ୱିଣ୍ଟାଲ୍ରୁ ଅଧିକ ଗଞ୍ଜେଇ ଜବତ ହୋଇଛି। ତିଗିରିଆ ପୁଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଚଢଉ କରି ଗଞ୍ଜେଇ ଜବତ କରିବା ସହିତ ଜଣେ ମହିଳାଙ୍କୁ ଗିରଫ କରିଛି।
ଗିରଫ ହୋଇଥିବା ମହିଳାଙ୍କ ସ୍ୱାମୀ ସୁରେଶ ମାଝି ଓରଫ ଝାମେଲା ଗଞ୍ଜେଇ କାରବାର ମାମଲାର ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡ଼ିଛି। ଚଢ଼ଉ ସମ୍ପର୍କରେ ଜାଣିପାରି ସେ ଓ ତାଙ୍କ ୪ ଜଣ ସମର୍ଥକ ସେଠାରୁ ପଳାଇ ଯାଇଥିଲେ। ସେମାନଙ୍କୁ ଗିରଫ କରିବା ପାଇଁ ପୁଲିସ ଓ ବନ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବର୍ଷା ପରେ ଦାଉ ସାଧୁଛନ୍ତି ହାତୀ, ବିଲରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି
ଜମିରେ ପଶି ଚାଷୀର ବର୍ଷକର ପରିଶ୍ରମ ଉଜାଡି ଦେଉଛନ୍ତି ହାତୀ ପଲ। ସେପଟେ ମନ୍ତ୍ରୀ କହୁଛନ୍ତି ହାତୀଙ୍କ ପାଇଁ ପର୍ଯ୍ୟାପ୍ତ ଜଙ୍ଗଲ ସୃଷ୍ଟି ଉଦ୍ଦେଶ୍ୟରେ ବନୀକରଣ କରାଯାଉଛି।
Crime
ଚା' ଖଟିରେ ଦାଦନ ସର୍ଦ୍ଦାର ସହ ଥାନାଧିକାରୀଙ୍କ ଦୋସ୍ତି! ଡିଲ୍ ଚାଲିଥିବା ଅଭିଯୋଗ
ଭିଟାମାଟି ଛାଡ଼ି ଦାଦନ ଯାଉଥିଲେ ଅନେକ ଶ୍ରମିକ। ପାଖରେ ଥିବା ଚା ଦୋକାନରେ ଦାଦନ ସର୍ଦ୍ଦାର ସହ ଖଟି ଜମାଇଥିଲେ ପାଟଣାଗଡ଼ ଥାନାଧିକାରୀ। ଲୋକେ କହୁଛନ୍ତି ଚାଲିଥିଲା ଡିଲ୍।
Miscellaneous
ପୌର ପ୍ରଶାସକ ବଦଳିଲେ, ୧୭ ପୌରସଂସ୍ଥାରେ ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ
ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପୌର ପ୍ରଶାସନର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍ ଅଫିସର ଦେବାଶୀଷ ସିଂଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇ ସେହି ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି ।
Weather
ଖସୁଛି ପାରଦ, ବଢୁଛି ଶୀତ; କଲବଲ କରିବ ଘନ କୁହୁଡି!
ସେପଟେ ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ହୋଇପାରେ।
Politics
ଚାଷୀଙ୍କ ଫସଲ କ୍ଷୟକ୍ଷତି ପାଇଁ ପ୍ରଶାସନିକ କଳକୁ ଦୋଷ ଦେଲେ ନବୀନ, ରାଜନୀତି ବି କଲେ
ବର୍ଷା ନେଇ ଚାଷୀଙ୍କୁ ଆଗୁଆ ସଚେତନ କରାଯାଇନଥିଲା ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅଭିଯୋଗ କରିଛନ୍ତି ନବୀନ। ‘ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା’ ଦାବି ପ୍ରସଙ୍ଗ ଉଠାଇ ବି କଲେ ରାଜନୀତି।