ନୂଆପଡ଼ା(ଓଡ଼ିଶା ରିପୋର୍ଟର): ଚାରି ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଏଏସ୍ଆଇ। ତାଙ୍କ ନାଁ ବିଜେଶ୍ୱର ପଣ୍ଡା। ଭିଜିଲାନ୍ସର ଦୁଇ ଜଣିଆ ଟିମ୍ ଆଜି ବିଜେଶ୍ୱରଙ୍କ ଘରେ ଚଢ଼ାଉ କରିଥିଲେ।
ଏକ ମାରପିଟ୍ ମାମଲାର ରଫାଦଫା କରିବା ପାଇଁ ସେ ଖଡ଼ିଆଳ କୁଅଁରପଡ଼ାର ଭବାନୀ ଶଙ୍କର ଅଦାଙ୍କୁ ୫୦୦୦ ଟଙ୍କା ମାଗିଥିଲେ। ଟଙ୍କା ଦେବା ନେଇ ଭବାନୀ ରାଜି ହୋଇ ଯାଇଥିଲେ ଓ ଏନେଇ ଭିଜିଲାନ୍ସକୁ ଅବଗତ କରାଇଥିଲେ।
ଅଭିଯୋଗ ପାଇବା ପରେ ଭିଜିଲାନ୍ସ ପକ୍ଷରୁ ଯୋଜନାବଦ୍ଧ ଭାବେ ବିଜେଶ୍ୱରଙ୍କୁ ଲାଞ୍ଚ ନେବାବେଳେ ଗିରଫ କରାଯାଇଥିଲା। ଭବାନୀଙ୍କଠାରୁ ୪୦୦୦ ଟଙ୍କା ନେବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।