/odisha-reporter/media/post_attachments/uploads/2020/04/76890.jpg)
76890
କଟକ(ଓଡ଼ିଶା ରିପୋର୍ଟର):କରୋନା ଲକଡାଉନବେଳେ ଗାଡ଼ି ଜବତ ଘଟଣା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ। ପୁଲିସ ଗାଡ଼ି ଜବତ କରିପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଜବତ କରିବା ବଦଳରେ ଚାଳକଙ୍କଠାରୁ ଅଣ୍ଡରଟେକିଂ ଲେଖି ନେଇ ଗାଡ଼ି ଦେବାକୁ କୋର୍ଟ କହିଛନ୍ତି । ଏହାସହ କୋର୍ଟ କହିଛନ୍ତି ଯେ, ସରକାର ଅତ୍ୟାବଶ୍ୟକ ସାମଗ୍ରୀ ଘର ପାଖରେ ଯୋଗାଇ ଦେବାର ବ୍ୟବସ୍ଥା କରନ୍ତୁ । ପାଦଚଲା ଦୂରତାରେ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ ପାଉନାହାନ୍ତି । ସହଜରେ ଘର ପାଖରେ ଜିନିଷ ନମିଳିବା ପର୍ଯ୍ୟନ୍ତ ଲୋକଙ୍କୁ ହଇରାଣ ନ କରାଯାଉ ବୋଲି କୋର୍ଟ ରାଜ୍ୟ ସରକାରଙ୍କୁ କହିଛନ୍ତି । ସ୍ୱତନ୍ତ୍ର ଗାଇଡଲାଇନ ସହ ଜିନିଷ ଉପଲବ୍ଧ ବ୍ୟବସ୍ଥା କରିବାକୁ କୋର୍ଟ କହିଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
