ଭଦ୍ରକ(ପାର୍ଥ ସାରଥୀ ନାୟକ): ଜୀବନ ଭୟରେ ସାରା ରାତି ଥାନା ଆଗରେ ରାତ୍ରିଯାପନ କଲେ ଗୋଟିଏ ପରିବାର । ପୁଲିସ ବି କିଛି ସହାୟତା କଲାନି । ବରଂ ସକାଳ ହେବା ପରେ ହିଁ ଆସିବାକୁ କହିଥିବା ପୀଡ଼ିତ ଅଭିଯୋଗ କରିଛନ୍ତି ।
ଏହି ଘଟଣା ହେଉଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନାର। ମାଳଦା ପଞ୍ଚାୟତ ରାମପୁର ଗାଁର ଏକ ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଏପରି ବିବାଦ ସୃଷ୍ଟି ହୋଇଛି। ଗାଁର ସୁରେନ୍ଦ୍ର ଜେନା ଅଭିଯୋଗ କରିଛନ୍ତି, ତାଙ୍କ ବ୍ୟକ୍ତିଗତ ଜାଗାରେ ଗାଁ ଲୋକେ ରାସ୍ତା ନିର୍ମାଣ କରୁଛନ୍ତି ।
ଏହାକୁ ବିରୋଧ କରିବାକୁ ମାରି ଦେବାକୁ ଧମକ ଦେଇଥିଲେ କିଛି ଲୋକ । ଜୀବନ ବଞ୍ଚାଇବା ପାଇଁ ସେ ଭଣ୍ଡାରିପୋଖରୀ ଥାନାରେ ପହଞ୍ଚିଥିଲେ । କିନ୍ତୁ ପୁଲିସ ସାହାଯ୍ୟ କରିବା ବଦଳରେ ସକାଳୁ ଆସିବ ବୋଲି କହିଥିବା ସୁରେନ୍ଦ୍ର ଅଭିଯୋଗ କରିଛନ୍ତି। ତେଣୁ ପୁରା ପରିବାର ଥାନା ଆଗରେ ରାତ୍ରୀଯାପନ କରିଥିଲେ ଦକ୍ଷିଣ ବାଡ଼ ସରପଞ୍ଚ ବିଜୟ ମହାନ୍ତି ଏହା ଜାଣିବାକୁ ପାଇବା ପରେ ସେମାନଙ୍କୁ ନେଇ ନିଜ ପଞ୍ଚାୟତରେ ଆଶ୍ରୟ ଦେଇଥିଲେ ଆଜି ସକାଳେ ପୁଲସ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।