ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘର କ୍ୟାମ୍ପସ ଆଗରେ ପୁଲିସ । ଭୁବନେଶ୍ୱର ସରକାରୀ ବାସଭବନ ପରିସରରେ ପୁଲିସ ମୁତୟନ ହୋଇଛନ୍ତି । ବିଜେଡିରୁ ବହିଷ୍କୃତ ହେବା ପରେ ବିଧାୟକଙ୍କ ଘର ଆଗରେ ପୁଲିସ ପହରା ଦେଇଛନ୍ତି ।
ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀ । ସେ କହିଛନ୍ତି, ଏବେ ଯାଏଁ ମୋତେ ସୁରକ୍ଷା ମିଳୁନଥିଲା । ଦଳରୁ ବହିଷ୍କାର ହେବା ପରେ ଘର ଆଗରେ ପୁଲିସ ଆସି ମୁତୟନ ହୋଇଛନ୍ତି । ସେଥିପାଇଁ ମୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି । କାର୍ତ୍ତିକ ପାଣ୍ଡିଆନଙ୍କ ଘରେ ଯେଉଁଭଳି ଫୋର୍ସ ମୁତୟନ ହୋଇ ରହୁଛନ୍ତି, ସେହିଭଳି ମୋ ଘରେ ମଧ୍ୟ ସବୁବେଳେ ଫୋର୍ସ ମୁତୟନ କରିଦିଅନ୍ତୁ ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।
ସେ ଆହୁରି କହିଛନ୍ତି, ମୋ ଉପରେ ଚାରିଆଡୁ ଅଭିଯୋଗ ଆସିଲାଣି । ଏଥିପାଇଁ ମୋ ଜୀବନ ପ୍ରତି ବିପଦ ରହିଛି । ମୁଖ୍ୟମନ୍ତ୍ରୀ ହିସାବରେ ଜଣେ ବିଧାୟକଙ୍କୁ ସୁରକ୍ଷା ଦେବା ପାଇଁ ସେ ଯେଉଁ ନିଷ୍ପତ୍ତି ନେଇଛନ୍ତି, ସେଥିପାଇଁ ତାଙ୍କୁ ମୁଁ ଧନ୍ୟବାଦ ଦେଉଛି ବୋଲି ନବୀନଙ୍କୁ ଇଙ୍ଗିତ କରି କହିଛନ୍ତି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।