ନୟାଗଡ଼ (ଓଡ଼ିଶା ରିପୋର୍ଟର) ପରୀ ପରେ ସ୍ୱାତୀ। ନୟାଗଡ଼ର ପରୀ ଘଟଣା ଭଳି ପୁଣି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଏବେ ଆଉ ଜଣେ କୁନି ଝିଅ ସ୍ୱାତୀ ନିଖୋଜକୁ ନେଇ ଆରମ୍ଭ ହୋଇଛି ତନାଘନା। ଆଜି ପୁଣି ଥରେ ସ୍ୱାତୀର ଗାଁ ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବଧି ପାଟଣା ଗାଁରେ ପହଁଚିଛନ୍ତି ନୟାଗଡ଼ ଏସପି ପ୍ରତ୍ୟୁଷ ଦିବାକର।
ନୟାଗଡ଼ ପୁଲିସର ୨ଟି ଟିମ୍ ବିଭିନ୍ନ ସନ୍ଦିଗ୍ଧ ସ୍ଥାନରେ ସ୍ୱାତୀକୁ ଖୋଜାଖୋଜି କରୁଛି । ଅନ୍ୟ ଏକ ଟିମ୍ ଗାଁରେ ଡେରା ପକାଇ ତଦନ୍ତ ଜାରି ରଖିଛି । ଘଟଣାକୁ ଗୁରୁତର ସହ ନେଇ ନିଜେ ଏସପି ତଦନ୍ତର ସମୀକ୍ଷା କରିବା ସହ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି । ସ୍ୱାତୀକୁ ଖୋଜି ପାଇବାରେ ପୁଲିସ ସଫଳତା ପାଇବ ବୋଲି ଆଶା ରଖିଛନ୍ତି ଏସପି । ସେପଟେ ପରୀ ପରେ ସ୍ୱତୀ ଘଟଣାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି । ଗତକାଲି ରାତିରେ ରଣପୁର ବିଧାୟକ ପହଞ୍ଚି ଥିବା ବେଳେ ପୂର୍ବତନ ମନ୍ତ୍ରୀ ତଥା ବିଜେପି ନେତ୍ରୀ ସୁରମା ପାଢ଼ୀ ମଧ୍ୟ ସ୍ୱାତୀଙ୍କ ପରିବାରକୁ ଭେଟିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।